ଅନ୍‌ ଲାଇନ୍‌ କାରବାର ପାଇଁ ଇପିଏଫ୍‌ ଉପଭୋକ୍ତାଙ୍କୁ ପରାମର୍ଶ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ଇପିଏଫ୍‌ଓ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଉପଭୋକ୍ତାଙ୍କୁ ଅନ୍‌ ଲାଇନ୍‌ ଜରିଆରେ କାର୍ଯ୍ୟ ସମ୍ପାଦନ କରିବା ପାଇଁ ନିବେଦନ କରାଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ କୋଭିଡ୍‌-୧୯ ସଂକ୍ରମଣକୁ ରୋକିବା ପାଇଁ କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ ତରଫରୁ ଏହି ନିବେଦନ କରାଯାଇଛି। ଇପିଏଫ୍‌ ସମ୍ବନ୍ଧୀୟ ଜମା ରାଶି ଟଙ୍କା ଉଠାଇବା ପାଇଁ କାର୍ଯ୍ୟାଳୟକୁ ନ ଆସି www.jeevanpramaan.gov.in ରେ ପ୍ରଦତ୍ତ ୟୁଏଏନ୍‌ ପୋର୍ଟାଲ ସାହାଯ୍ୟରେ ଦାବିପତ୍ର ଦାଖଲ କରିବାକୁ ସମସ୍ତଙ୍କୁ ଅନୁରୋଧ କରାଯାଇଛି। ସେହିପରି ପେନସନ୍‌ ଜୀବନ ପ୍ରମାଣପତ୍ର ପାଇଁ www.jeevanpramaan.gov.in. UMANG App ଏବଂ ଯେକୌଣସି ଅଭିଯୋଗ ପାଇଁ subject columnରେ grievance ଉଲ୍ଲେଖ କରି ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ଇମେଲ୍‌- ro.bhubaneshwar@epfindia.gov.in ରେ ପଠାଇବା ପାଇଁ କୁହାଯାଇଛି। ଏହା ବ୍ୟତୀତ ଅନ୍ୟ କୌଣସି ବିଷୟରେ ଜାଣିବା ପାଇଁ ପ୍ରଦତ୍ତ ଫୋନ୍‌ ନମ୍ବର 0୬୭୪-୨୫୪୩୫୬୬, ୨୫୪୩୨୬୯ ତଥା ନ୍ୟାଶନାଲ toll free ନମ୍ବର ୧୮୦୦-୧୧-୮୦୦୫ରେ ଉପଭୋକ୍ତାମାନେ ଯୋଗାଯୋଗ କରିପାରିବେ। ଅନ୍‌ ଲାଇନରେ ପ୍ରାପ୍ତ ଆବେଦନ ଉପରେ ତୁରନ୍ତ ପଦକ୍ଷେପ ନିଆଯାଇ ଉପଭୋକ୍ତାଙ୍କ ଫୋନ୍‌ ଏବଂ ଇମେଲ ଜରିଆରେ ସୂଚିତ କରାଯିବ ବୋଲି ଇପିଏଫଓ ଭୁବନେଶ୍ୱର ଅଫିସ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri