ଅପମିଶ୍ରିତ ସୋରିଷ ତେଲ ବିକ୍ରି ଅଭିଯୋଗରେ ଚଢାଉ

ବାରିପଦା ଅଫିସ, ୧୪ା୨- ମୟୂରଭଞ୍ଜ ଜିଲା ବାରିପଦା ବଜାରରେ ଅପମିଶ୍ରିତ ସୋରିଷ ତେଳ ବିକ୍ରି ହେଉଥିବା ଅଭିଯୋଗ ପାଇ ଟାଉନ ପୋଲିସ ବୁଧବାର ରାତିରେ ଏକ ଦୋକାନରେ ଚଢାଉ କରିଥିଲା। ଉକ୍ତ ଦୋକାନରୁ ୧୧ଟି ୨୦୦ ମି.ଲି ସୋରିଷ ତେଲ ବୋତଲ ଜବତ ହୋଇଛି। ଜବତ ସୋରିଷ ତେଲକୁ ପରୀକ୍ଷା ପାଇଁ ପୋଲିସ ଲାବ୍ରୋରୋଟୋରୀକୁ ପଠାଇଛି।
ପୋଲିସ ସୂଚନା ଅନୁଯାୟୀ, ଗାନ୍ଧୀ ଛକଠାରେ ଥିବା ଏକ ତେଜରାତି ଦୋକାନରେ ନକଲି ସୋରିଷ ତେଲ ବିକ୍ରି ହେଉଥିବା ଖବର ପାଇ ପୋଲିସ ଚଢ଼ାଉ କରିଥିଲା। ଦୋକାନୀଙ୍କୁ ପୋଲିସ ପଚରାଉଚରା ପାଇଁ ଥାନାକୁ ଆଣିଥିଲା। ଦୋକାନୀ ଜଣଙ୍କ ସହରରେ ଥିବା ଏକ ନିର୍ଦ୍ଦିଷ୍ଟ ଗୋଦାମରୁ ଏହି ତେଲ ଆଣି ବିକ୍ରି କରୁଥିବା ପୋଲିସକୁ ସୂଚନା ଦେଇଥିଲେ। ପରେ ପୋଲିସ ଉକ୍ତ ଗୋଦାମରେ ଚଢ଼ାଉ କରିଥିଲେ ମଧ୍ୟ ଉକ୍ତ ବ୍ରାଣ୍ଡର କୌଣସି ସୋରିଷ ତେଲ ପାଇ ନ ଥିଲା। ଏ ନେଇ ଏକ ମାମଲା (ନଂ.୮୧/୨୦)ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ଦୋକାନୀ ଜଣଙ୍କୁ ପଚରାଉଚରା ପରେ ଛାଡି ଦିଆଯାଇଥିବା ବେଳେ ଲାବ୍ରୋରୋଟୋରୀରୁ ରିପୋର୍ଟ ଆସିଲେ ଯାହା କିଛି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଥାନା ଅଧିକାରୀ ବୀରେନ୍ଦ୍ର ସେନାପତି ପ୍ରକାଶ କରିଛନ୍ତି। ଅନ୍ୟ ପକ୍ଷେ ଚଢାଉ ସୂଚନା ପାଇ ଗୋଦାମ ମାଲିକ ନକଲି ତେଲକୁ ଲୁଚାଇ ଦେଇଥିବା ଜଣାପଡ଼ିଛି। ଫଳରେ ପୋଲିସ ଖାଲି ହାତରେ ଫେରି ଆସିଥିଲା। ବଜାରରେ ଦିନକୁ ଦିନ ଅପିମିଶ୍ରିତ ତେଲ ବିକ୍ରି ହେଉଥିବାରୁ ଏହାକୁ ନେଇ ଖାଉଟିମାନେ ଚିନ୍ତାରେ ଥିବା ପ୍ରକାଶ କରିଛନ୍ତି। ଯୋଗାଣ ବିଭାଗ ବିଭିନ୍ନ ସମୟରେ ଚଢ଼ାଉ କରିବା ପାଇଁ ସହରବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri