ଅପରେଶନ ପରୀ: ୨ ନାବାଳିକା ଉଦ୍ଧାର

ପାରାଦୀପ,୧ା୮(ସ୍ବ.ପ୍ର.): ଅପରେଶନ ପରୀ ମାଧ୍ୟମରେ ପାରାଦୀପ ଆଦର୍ଶ ଥାନା ଓ ଅଭୟଚାନ୍ଦପୁର ଥାନା ଅଞ୍ଚଳରୁ ପୋଲିସ ୨ ନାବାଳିକାଙ୍କୁ ଉଦ୍ଧାର କରିଛି। ଏଥିସହିତ ସେମାନଙ୍କୁ ଅପହରଣ କରିଥିବା ନାବାଳକ ଦ୍ୱୟ ମଧ୍ୟ ଧରା ପଡ଼ିଛନ୍ତି। ଅଭୟଚାନ୍ଦପୁର ପୋଲିସ ସୂଚନା ଅନୁସାରେ, ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ସେହି ଗ୍ରାମର ୧୭ ବର୍ଷର ନାବାଳକ ନେଇ ଫେରାର ହୋଇ ଯାଇଥିଲେ। ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଥାନାରେ ଅପହରଣ ସହ ବଳାତ୍କାର ଅଭିଯୋଗ କରାଯାଇଥିଲା। ପୋଲିସ ୫୭/୧୯ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଉଦ୍ଧାର କରିବା ପରେ ଉଭୟଙ୍କ ଡାକ୍ତରୀ ମାଇନା କରାଇଛି। ଉଭୟ ନାବାଳିକାନାବାଳକ ହୋଇଥିବାରୁ ସେମାନଙ୍କୁ ଶିଶୁଯତ୍ନ ଅନୁଷ୍ଠାନରେ ଥଇଥାନ କରାଯିବ ବୋଲି ଥାନା ଅଧିକାରୀ ଯୁଗୋଳ କିଶୋର ଦାସ କହିଛନ୍ତି। ସେହିପରି ପାରାଦୀପ ମଡେଲ ଥାନା ଅଞ୍ଚଳରେ ଗତବର୍ଷ ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ସେତେବେଳେ ଅପହରଣ କରିଥିବା ଅଭିଯୁକ୍ତ ନାବାଳକ ଥିଲେ। ସେହି ୨ ଜଣଙ୍କୁ ବୁଧବାର ପୋଲିସ ଉଦ୍ଧାର କରିଛି। ନାବାଳିକା ଜଣଙ୍କ ଏବେ ୯ ମାସର ଗର୍ଭବତୀ ଅଛନ୍ତି। ଅଭିଯୁକ୍ତ ନାବାଳକଙ୍କ ବୟସ ୧୮ ଟପିଯାଇଛି। ଉଭୟଙ୍କୁ ଡାକ୍ତରୀମାଇନା ପରେ ଶିଶୁଯତ୍ନ ଅନୁଷ୍ଠାନକୁ ପଠାଯିବ ବୋଲି ଥାନା ଅଧିକାରୀ ରଜନୀକାନ୍ତ ସାମଲ କହିଛନ୍ତି। ଝିଅ ଗର୍ଭବତୀ ଥିବା ଜାଣିବା ପରେ ପରିବାର ଲୋକେ ନେବାକୁ ଅମଙ୍ଗ ହେଉଛନ୍ତି। ଏହାକୁ ନେଇ ପୋଲିସ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?