ଅପହରଣକାରୀଙ୍କୁ ୫ ବର୍ଷ ସଶ୍ରମ ଜେଲଦଣ୍ଡାଦେଶ

କେନ୍ଦୁଝର, ୧୦ା୧ (ସ୍ବ.ପ୍ର.)- ଜଣେ ଯୁବତୀଙ୍କୁ ଅପହରଣ କରାଯିବା ମାମଲାର ବିଚାର କରି ସ୍ଥାନୀୟ ସିଜେଏମ କୋର୍ଟ ଶୁକ୍ରବାର ନନ୍ଦନ କୁମାର ସାହୁ ଓରଫ ଅଯୋଧ୍ୟା(୩୨)ନାମକ ଜଣେ ଯୁବକଙ୍କୁ ୫ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ହେଲେ ଅଧିକ ୩ ମାସ ଜେଲ ଭୋଗିବାକୁ ପଡିବ।
ନନ୍ଦନଙ୍କ ଘର ତୁରୁମୁଙ୍ଗା ଥାନା କଇଣ୍ଡା ଗ୍ରାମରେ । ଘଟଣା ବେଳେ ସେ ଟାଉନ ଥାନା ମାଧପୁରରେ ରହୁଥିଲେ । ଉକ୍ତ ଅପହରଣ ଘଟଣା ଟାଉନ ଥାନା ଅଞ୍ଚଳରେ ଘଟିଥିଲା ା ମକଦ୍ଦମା ବିବରଣୀ ଅନୁଯାୟୀ ଗତ ୨୦୧୨ ଜାନୁୟାରୀ ୧୮ ତାରିଖରେ ଜଣେ ଯୁବତୀଙ୍କୁ ଅପହରଣ କରି ନିଆଯିବା ଘଟଣା ନେଇ ତାଙ୍କ କକା ୨୦ ତାରିଖରେ ଟାଉନ ଥାନାରେ ଏତଲା ଦେଇଥିଲେ ା ପରେ ଟାଉନ ଥାନା ପୋଲିସ ଯୁବତୀଙ୍କୁ ଉଦ୍ଧାର କରିବା ସହ ନନ୍ଦନଙ୍କ ବିରୋଧରେ ଅପହରଣ ମାମଲା (ନଂ. ୨୦/୨୦୧୨) ରୁଜୁ କରି ତାଙ୍କୁ ଗିରଫ କରିଥିଲା । କେନ୍ଦୁଝର ସିଜେଏମ ତୀରଞ୍ଜନ ପାତ୍ର ୭ ଜଣ ସାକ୍ଷୀଙ୍କ ବୟାନ କୁ ଭିତ୍ତିକରି ମାମଲାର ଶୁଣାଣିକରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଥିବା ସରକାରୀ ଓକିଲ ଅଶୋକ କୁମାର ଦାସ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?