ବ୍ରହ୍ମପୁର ଅଫିସ,୨୨ା୧୧- ବ୍ରହ୍ମପୁର ଟାଉନ ଥାନା ପୋଲିସ ଗୁରୁବାର ସକାଳେ ଜଣେ ଅପହୃତା ଛାତ୍ରୀଙ୍କୁ ଭୁବନେଶ୍ୱରରୁ ଉଦ୍ଧାର କରିଛି। ସେହିପରି ଅଭିଯୁକ୍ତ ପି.ଅନିଲ ଓରଫ ଆଳୁ (୨୭)ଙ୍କୁ ମାମଲା ନଂ. ୮୪/୧୮ରେ ଗିରଫ କରିଛି। ପୋଲିସ ଉଭୟ ପୀଡ଼ିତା ଓ ଅପହରଣକାରୀ ଆଳୁଙ୍କର ଏମ୍କେସିଜି ମେଡିକାଲରେ ଡାକ୍ତରୀମାଇନା କରିଥିଲା। ପରେ ଆଳୁଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବା ପରେ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ କହିଛି। ସେହିପରି ପୀଡିତାଙ୍କର ଧାରା ୧୬୪ ଅନୁସାରେ କୋର୍ଟରେ ବୟାନ ରେକର୍ଡ କରାଯାଇଛି। ପ୍ରକାଶ ଯେ, ୨୦୧୮ ଏପ୍ରିଲ ୧୮ ରେ ଆଳୁ ଜଣେ ଛାତ୍ରୀଙ୍କୁ ଅପହରଣ କରି ନେଇଥିଲେ। ପୀଡିତାଙ୍କ ମା’ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ଦେଢ଼ ବର୍ଷ ପରେ ବୁଧବାର ବିଳମ୍ବିତ ରାତିରେ ଆଳୁ ଭୁବନେଶ୍ୱରରେ ରହି ବିଏମ୍ସିର ଗାଡି ଚଲାଉଥିବା ଜାଣିବାକୁ ପାଇଥିଲା। ପୋଲିସର ଏକ ଟିମ୍ ଗୁରୁବାର ସକାଳେ ଭୁବନେଶ୍ୱରରେ ପହଞ୍ଚି ନାବାଳିକା ଅପହରଣ ଓ ବଳାତ୍କାର ଅଭିଯୋଗରେ ଆଳୁଙ୍କୁ ଗିରଫ କରିଥିଲା। ଅନ୍ୟପଟେ ପୀଡ଼ିତା ଛାତ୍ରୀଙ୍କୁ ମଧ୍ୟ ସେଠାରୁ ଉଦ୍ଧାର କରିଥିଲା ବୋଲି ସୂଚନା ଦେଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
କେନାଲରେ ଫସି ରହିଥିଲା ବାର୍ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…
ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨
ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…
Archives

