ଅପହୃତା ଝିଅକୁ ଉଦ୍ଧାର ପାଇଁ ଥାନା ଆଗରେ ଧାରଣାରେ ବସିଲେ ମା’, ବାହାର ରାଜ୍ୟକୁ ଚାଲାଣ ଅଭିଯୋଗ ଆଣିଲେ ପରିବାର

ହାଟଡ଼ିହୀ, ୨୭ା୫ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଓରାଳି ପଞ୍ଚାୟତ ମଧୁରଗଡ଼ିଆ ଗ୍ରାମର ଜଣେ ୧୫ ବର୍ଷିୟା ସବର୍ଣ୍ଣ ନାବାଳିକାଙ୍କୁ ସେହି ଗ୍ରାମର କିଛି ଅସବର୍ଣ୍ଣ ବ୍ୟକ୍ତି ଗତ ୨୧ ତାରିଖ ରାତିରେ ଜୋର ଜବରଦସ୍ତ ଘରେ ପଶି ଅପହରଣ କରିନେଇଥିଲେ। ଏ ନେଇ ନାବାଳିକାଙ୍କ ମା’ଙ୍କ ଅଭିଯୋଗ କ୍ରମେ ନନ୍ଦିପଦା ଥାନା ପୋଲିସ(ନଂ ୪୫/୧୯) ମାମଲା ରୁଜୁ କରିବା ସହ ତଦନ୍ତ ଚଳାଇଛି। କିନ୍ତୁ ଆଜି ପର୍ଯ୍ୟନ୍ତ ନାବାଳିକାଙ୍କୁ ଉଦ୍ଧାର କରିପାରି ନାହିଁ। ଏ ନେଇ ରବିବାର ରାତିରୁ ନାବାଳିକାଙ୍କ ମା’ ଥାନା ଆଗରେ ଧାରଣା ବସିରହିଛନ୍ତି। ଘଟଣା ଦିନଠାରୁ ଝିଅକୁ ଉଦ୍ଧାର ପାଇଁ ପୋଲିସକୁ କାକୁତିମିନତି ହେଉଥିଲେ ବି ପୋଲିସ ଶୁଣୁ ନ ଥିବା ସେ ଅଭିଯୋଗ କରିଛନ୍ତି। ଗତ ରବିବାର ରାତିସାରା ମଧ୍ୟ ସେ ଧାରଣା ଦେଇଥିଲେ। ନାବାଳିକାଙ୍କୁ ବାହାର ରାଜ୍ୟକୁ ଚାଲାଣ କରାଯାଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି।
ଏ ପ୍ରସଙ୍ଗରେ ଥାନା ଅଧିକାରୀ ମାନସ ସ୍ବାଇଁ କହିଛନ୍ତି, ନାବାଳିକାଙ୍କୁ ଉଦ୍ଧାର ପାଇଁ ଆମେ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛୁ। ମହିଳାଙ୍କୁ ଘରକୁ ଫେରିଯିବା ପାଇଁ ପରାମର୍ଶ ଦେଇଥିଲେ ବି ସେ ଘରକୁ ନ ଯାଇ ଏଠାରେ ବସିରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri