ସୋର, ୬ା୩(ଡି.ଏନ୍.ଏ.)-ଅପହୃତ ନାବାଳିକାଙ୍କୁ ଉଦ୍ଧାର ପାଇଁ ମା’, ବାପା ସମ୍ପର୍କୀୟଙ୍କ ସହ ଥାନା ଆଗରେ ଧାରଣା ଦେଇଥିଲେ। ତୁରନ୍ତ କାଯର୍ୟାନୁଷ୍ଠାନ ଗ୍ରହଣ କରି ଝିଅକୁ ଫେରାଇ ଦେବାକୁ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଯାଇଛି।
ସୋର ଥାନା ଅଞ୍ଚଳର ଯୁକ୍ତ ୨ରେ ପଢ଼ୁଥିବା ଜଣେ ନାବାଳିକା ଗତ ଫେବୃୟାରୀ ୧୮ତାରିଖରେ କଲେଜରୁ ଫେରୁଥିବା ବେଳେ ତାଙ୍କୁ ଅପହରଣ କରାଯାଇଥିଲା। ଏ ସମ୍ପର୍କରେ ୧୯ତାରିଖରେ ସୋର ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଅଭିଯୋଗକୁ ଭିତ୍ତି କରି ମାମଲା (ନଂ. ୫୫/୨୦) ରୁଜୁ କରିଥିଲା। ମାତ୍ର ପୋଲିସ ନାବାଳିକା ଜଣଙ୍କୁ ଆଜି ପର୍ଯ୍ୟନ୍ତ ଉଦ୍ଧାର କରିପାରି ନ ଥିବା ବେଳେ ଅଭିଯୋଗକାରୀଙ୍କୁ ଦିଆଯାଇଥିବା ଏତଲାର ନକଲରେ କେତେକ ପରିବର୍ତ୍ତନ କରାଯାଇଥିବା ଜଣାପଡିଛି। ପୋଲିସର ଏହି ଅବହେଳା ନେଇ ଅପହୃତାଙ୍କ ପରିବାର ସହ କେତେକ ସମ୍ପର୍କୀୟ ଓ ଗ୍ରାମବାସୀ ଥାନା ଆଗରେ ଧାରଣାରେ ବସିଥିଲେ। ଏହି ଧାରଣାକୁ ସମର୍ଥନ କରି ଭାଜପା ନେତା ରାକେଶ ମଲ୍ଲିକଙ୍କ ନେତୃତ୍ୱରେ ନାବାଳିକାଙ୍କ ପରିବାରଙ୍କ ସହିତ ସୋର ଥାନା ଆଗରେ ଧାରଣାରେ ବସିଥିଲେ। ଏସ୍ଡିପିଓ ପ୍ରଭାସ ଚନ୍ଦ୍ର ପାଲ ଥାନାରେ ପହଞ୍ଚିଥିଲେ। ଆଇଆଇସି ଶ୍ରୀବଲ୍ଲଭ ସାହୁ ଏବଂ ଏସ୍ଡିପିଓ ପାଲ ଧାରଣାକାରୀଙ୍କ ସହିତ ଆଲୋଚନା କରି ଏହି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହିତ ଶୀଘ୍ର ଝିଅକୁ ଫେରାଇ ଆଣିବାର ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହି ଧାରଣାରେ ଭାଜପା ରାଜ୍ୟ ସମ୍ପାଦିକା ଶୋଭନା ମହାନ୍ତି, ଜିଲା ସାଧାରଣ ସମ୍ପାଦକ ମିରିର ପାଣି, ମହିଳାମୋର୍ଚ୍ଚା ସଭାନେତ୍ରୀ କମଳା ବିନ୍ଧାଣି ପ୍ରମୁଖଙ୍କ ସହ ଅନ୍ୟମାନେ ସାମିଲ ଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର View All
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…
ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ
ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍ ସ୍କୁଲ,…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ
ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…
Archives

