ଅପହୃତା ନାବାଳିକାଙ୍କୁ ଉଦ୍ଧାର ପାଇଁ ସୋର ଥାନାରେ ଧାରଣା

ସୋର, ୬ା୩(ଡି.ଏନ୍‌.ଏ.)-ଅପହୃତ ନାବାଳିକାଙ୍କୁ ଉଦ୍ଧାର ପାଇଁ ମା’, ବାପା ସମ୍ପର୍କୀୟଙ୍କ ସହ ଥାନା ଆଗରେ ଧାରଣା ଦେଇଥିଲେ। ତୁରନ୍ତ କାଯର୍‌ୟାନୁଷ୍ଠାନ ଗ୍ରହଣ କରି ଝିଅକୁ ଫେରାଇ ଦେବାକୁ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଯାଇଛି।
ସୋର ଥାନା ଅଞ୍ଚଳର ଯୁକ୍ତ ୨ରେ ପଢ଼ୁଥିବା ଜଣେ ନାବାଳିକା ଗତ ଫେବୃୟାରୀ ୧୮ତାରିଖରେ କଲେଜରୁ ଫେରୁଥିବା ବେଳେ ତାଙ୍କୁ ଅପହରଣ କରାଯାଇଥିଲା। ଏ ସମ୍ପର୍କରେ ୧୯ତାରିଖରେ ସୋର ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଅଭିଯୋଗକୁ ଭିତ୍ତି କରି ମାମଲା (ନଂ. ୫୫/୨୦) ରୁଜୁ କରିଥିଲା। ମାତ୍ର ପୋଲିସ ନାବାଳିକା ଜଣଙ୍କୁ ଆଜି ପର୍ଯ୍ୟନ୍ତ ଉଦ୍ଧାର କରିପାରି ନ ଥିବା ବେଳେ ଅଭିଯୋଗକାରୀଙ୍କୁ ଦିଆଯାଇଥିବା ଏତଲାର ନକଲରେ କେତେକ ପରିବର୍ତ୍ତନ କରାଯାଇଥିବା ଜଣାପଡିଛି। ପୋଲିସର ଏହି ଅବହେଳା ନେଇ ଅପହୃତାଙ୍କ ପରିବାର ସହ କେତେକ ସମ୍ପର୍କୀୟ ଓ ଗ୍ରାମବାସୀ ଥାନା ଆଗରେ ଧାରଣାରେ ବସିଥିଲେ। ଏହି ଧାରଣାକୁ ସମର୍ଥନ କରି ଭାଜପା ନେତା ରାକେଶ ମଲ୍ଲିକଙ୍କ ନେତୃତ୍ୱରେ ନାବାଳିକାଙ୍କ ପରିବାରଙ୍କ ସହିତ ସୋର ଥାନା ଆଗରେ ଧାରଣାରେ ବସିଥିଲେ। ଏସ୍‌ଡିପିଓ ପ୍ରଭାସ ଚନ୍ଦ୍ର ପାଲ ଥାନାରେ ପହଞ୍ଚିଥିଲେ। ଆଇଆଇସି ଶ୍ରୀବଲ୍ଲଭ ସାହୁ ଏବଂ ଏସ୍‌ଡିପିଓ ପାଲ ଧାରଣାକାରୀଙ୍କ ସହିତ ଆଲୋଚନା କରି ଏହି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହିତ ଶୀଘ୍ର ଝିଅକୁ ଫେରାଇ ଆଣିବାର ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହି ଧାରଣାରେ ଭାଜପା ରାଜ୍ୟ ସମ୍ପାଦିକା ଶୋଭନା ମହାନ୍ତି, ଜିଲା ସାଧାରଣ ସମ୍ପାଦକ ମିରିର ପାଣି, ମହିଳାମୋର୍ଚ୍ଚା ସଭାନେତ୍ରୀ କମଳା ବିନ୍ଧାଣି ପ୍ରମୁଖଙ୍କ ସହ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?