ଅପେକ୍ଷା ଡିସେମ୍ବରକୁ

ଚୁଲ୍‌ବୁଲ୍‌ ପାଣ୍ଡେଙ୍କୁ ନେଇ ଏବେ ବଲିଉଡ୍‌ରେ ଚର୍ଚ୍ଚା। ସେ ଆସିବା ମାତ୍ରେ ସେଠାରେ ଉପସ୍ଥିତ ଦର୍ଶକଙ୍କ ଉତ୍ସାହ ଆହୁରି ବଢ଼ିଯାଉଛି। କେମିତି ତାଙ୍କ ସହ ଦୁଇପଦ କଥା ହେବେ। ସେପଟେ ଚୁଲବୁଲ ଦର୍ଶକଙ୍କୁ କେତେ ଭଲ ପାଆନ୍ତି ତାହା କହିବା ବାହୁଲ୍ୟ। ସେମାନଙ୍କ ସହ ମନଖୋଲି କଥା ହେଉଛନ୍ତି। ଆଉ ତାଙ୍କ ସହ କିଛି ସମୟ ବିତାଇବା ପରେ ଦର୍ଶକଙ୍କ ଖୁସି କହିଲେ ନ ସରେ। ହେଲେ ଏହି ଚୁଲ୍‌ବୁଲ୍‌ ପାଣ୍ଡେ କିଏ ଜାଣନ୍ତି? ସେ ଜଣେ ପୋଲିସ ଅଫିସର। ହେଲେ ଏମିତି ଚର୍ଚ୍ଚାରେ କାହିଁକି ଅଛନ୍ତି ଜାଣିବେନି? ଏହାର ସଂଯୋଗ ବଡ଼ ପରଦା ସହ ରହିଛି। ଅର୍ଥାତ୍‌ ଏଥର ସଲ୍ଲୁ ମିଅଁା ଓରଫ ସଲ୍‌ମାନ ଖଁାଙ୍କୁ ଦର୍ଶକ ଚୁଲ୍‌ବୁଲ୍‌ ପାଣ୍ଡେ ଭୂମିକାରେ ଦେଖିବାକୁ ପାଇବେ। ଚଳଚ୍ଚିତ୍ରଟି ହେଲା ‘ଦବଙ୍ଗ-୩’। ଫିଳ୍ମଟି ଚଳିତ ବର୍ଷ ଡିସେମ୍ବର ୨୦ରେ ରିଲିଜ ହେବ। ସଲମାନଙ୍କ ହୋମ୍‌ ବ୍ୟାନରରେ ପ୍ରସ୍ତୁତ ଏହି ଫିଲ୍ମର ପ୍ରମୋ ସମୟରେ ସଲମାନ ନିଜକୁ ଚୁଲବୁଲ ପାଣ୍ଡେ ଭାବେ ପରିଚିତ କରାଉଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏହି ପୋଲିସ ଗେଟ୍‌ଅପ ଏବେ ଭାଇରାଲ ହୋଇଛି। ଫିଲ୍ମଟିର ନିର୍ଦ୍ଦେଶନା ଦେଇଛନ୍ତି ପ୍ରଭୁଦେବା। ଏଥିରେ ସଲମାନଙ୍କ ସହ ସ୍କ୍ରିନ୍‌ ସେୟାର କରିଛନ୍ତି ସୋନାକ୍ଷୀ ସିହ୍ନା। ଅନ୍ୟପକ୍ଷରେ ଅରବାଜ ଖଁା, ମାହି ଗିଲ୍‌, ସନ୍ତୋଷ ଶୁକ୍ଳାଙ୍କୁ ବିଭିନ୍ନ ଭୂମିକାରେ ଦେଖିବାକୁ ମିଳିବ। ଚଳଚ୍ଚିତ୍ରରେ ସଂଯୋଜିତ ଗୀତଗୁଡିକୁ ସ୍ବର ଦେଇଛନ୍ତି ସନ୍ଦୀପ ସିରୋଦକର।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri