ଅଫିସର

ଏକ ରାଜ୍ୟରେ ପାଞ୍ଚଜଣ ଅଫିସରଙ୍କ ଭିତରେ ଥାଏ ଅତୁଟ ବନ୍ଧୁତା। ସତେଯେମିତି ସେମାନେ ଗୋଟିଏ ରଜ୍ଜୁରେ ବନ୍ଧା। କାହାର ଅସୁବିଧା ପଡ଼ିଲେ ଏକାଠି ହୋଇ ସାହାଯ୍ୟର ହାତ ବଢ଼ାଇ ଦିଅନ୍ତି। ହେଲେ ହଠାତ୍‌ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଜୀବନ ଆକାଶରେ କଳା ବାଦଲ ମାଡ଼ିଆସେ। ସେତେବେଳେ ସେମାନଙ୍କ ବନ୍ଧୁତା ଏହାଦ୍ୱାରା ପ୍ରଭାବିତ ହୁଏ କି ? ଏହା ପରେ ରାଜ୍ୟ ଚଳାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଏହି ପାଞ୍ଚଜଣ ଅଫିସର ନିଜ ଦାୟିତ୍ୱକୁ ଠିକ୍‌ ଭାବରେ ତୁଲାଇ ପାରନ୍ତି ତ ? ଏସବୁ ପ୍ରଶ୍ନର ଉତ୍ତରକୁ ଆଧାର କରି ପ୍ରସ୍ତୁତ ହୋଇଛି ଏକ ଭିନ୍ନ ଧରଣର କାହାଣୀ, ଯାହାକୁ ନେଇ ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ଅଫିସର’। ଅନୀତା ଏଣ୍ଟରଟେନ୍‌ମେଣ୍ଟ ବ୍ୟାନରରେ ଚିତ୍ରଟିର ପ୍ରଯୋଜନା କରିଛନ୍ତି ପ୍ରଭାକର ମହାନ୍ତି। ଡ. ନିର୍ମଳ ନାୟକ ସଂଳାପ ରଚନା କରିଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଯଜ୍ଞ ଦାଶ। ଫିଲ୍ମର ମେଲ୍‌ ଲିଡ୍‌ରେ ନବୀନ, ରୁଦ୍ର ପାଣିଗ୍ରାହୀ, ଦୁଷ୍ମନ୍ତ, ଜଗା, ପ୍ରିନ୍ସ, ରାମ, ନାଗଜ ନିରଞ୍ଜନ, ଜିନା, ସୁନୟନା, ସୋନୁ, ଦେବୀ ବାରିକ, ଦେବୁ ବ୍ରହ୍ମା, ଥିନ୍‌, ପ୍ରିୟ ମିଶ୍ର, ପ୍ରିୟଙ୍କା, ରତନ ମେହେର, ମିଟୁ ମିଥୁନ୍‌ ପ୍ରମୁଖ କଳାକାର ଅଭିନୟ କରିବେ। ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେବେ ନାରାୟଣ ଘଡ଼େଇ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri