ଅବକାରୀ ଚଢ଼ାଉ : ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କଟକରୋଡ୍‌, ୧ା୭(ଡି.ଏନ୍‌.ଏ.) : ଅବକାରୀ ବିଭାଗ ସୋମବାର ସକାଳେ ରାଜଧାନୀରୁ ପ୍ରାୟ ୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ମନ୍ଦାର ଗ୍ରାମର ସୁବଳ ସାମନ୍ତରାୟଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ। ସୂଚନା ଅନୁଯାୟୀ, ଗତ ୨ ବର୍ଷ ଧରି ସୁବଳଙ୍କ ଝିଅ ଓ ଜ୍ୱାଇଁ ଖଣ୍ଡଗିରି ଥାନା ଅଧୀନ କୋଳଥିଆ ନିକଟରେ ଏକ ଘର ଭଡ଼ା ନେଇଛନ୍ତି। ଉକ୍ତ ଘରେ ଅଭିଯୁକ୍ତ ଗଞ୍ଜେଇ ଗଚ୍ଛିତ ରଖୁଥିବାବେଳେ କଲିକତା ଏବଂ ଆନ୍ଧ୍ରକୁ ଚାଲାଣ କରିଥାନ୍ତି। ଗଜପତି ଜିଲା ଅଡ଼ବା ଥାନା ଅଞ୍ଚଳରୁ ଗଞ୍ଜେଇ ଆଣିବା ପରେ ବସ ଯୋଗେ ଅନ୍ୟ କେତେକ ବ୍ୟକ୍ତିଙ୍କ ମାଧ୍ୟମରେ କଲିକତାକୁ ପଠାଇଥାନ୍ତି ବୋଲି ସୁବଳ କହିଛନ୍ତି। ଅନ୍ୟପକ୍ଷରେ ଖଣ୍ଡଗିରି ଥାନା ଅଞ୍ଚଳରେ ଗଞ୍ଜେଇ କାରବାର ହେଉଥିବା ଅବକାରୀ ବିଭାଗକୁ ସୂଚନା ମିିଳିଥିଲା। ଏନେଇ ଭୁବନେଶ୍ୱର ମୋବାଇଲ ଏବଂ ଖୋର୍ଦ୍ଧା ଜିଲା ଅବକାରୀ ଟିମ୍‌ ସୋମବାର ସକାଳେ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ସୁବଳଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri