ଅବକାରୀ, ପୋଲିସର ମିଳିତ ଚଢ଼ାଉ: ୬୮ ଗ୍ରାମ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୧୦।୧୨(ସ୍ବ.ପ୍ର.)- ବାଂଲାଦେଶରୁ ପଶ୍ଚିମବଙ୍ଗର ଖଡ଼ଗପୁର ଓ ବର୍ଦ୍ଧମାନ ଅଞ୍ଚଳ ଦେଇ ବ୍ରାଉନସୁଗାର ବାଲେଶ୍ୱର ଜିଲା ଜଳେଶ୍ୱରକୁ ଆସୁଛି। ସେଠାରୁ ଓଡ଼ିଶାର ବିଭିନ୍ନ ସ୍ଥାନକୁ ପଠାଯାଉଥିବା ବହୁ ଚାଞ୍ଚଲ୍ୟକର ପ୍ରମାଣ ଅବକାରୀ ଓ ପୋଲିସକୁ ମିଳିଛି । ସୋମବାର ମଧ୍ୟରାତ୍ରରେ ଜଳେଶ୍ୱର ଅବକାରୀ ଥାନା କର୍ମଚାରୀ, ବାଲେଶ୍ୱର ଜିଲା ମୋବାଇଲ୍‌ ସ୍କ୍ବାଡ଼ ଓ ଜିଲା ପୋଲିସ ଜଳେଶ୍ୱର ଥାନା ରାଜପୁରଠାରେ ଥିବା ସଂଖ୍ୟାଲଘୁ ବସ୍ତି ଉପରେ ଚଢ଼ାଉ କରି ୬୮ ଗ୍ରାମ ବ୍ରାଉନ୍‌ସୁଗାର ଜବତ କରିବା ସହିତ ଜଣଙ୍କୁ ଗିରଫ କରିଛି ।

ଜିଲା ଅବକାରୀ ଏସ୍‌ପି ବିବେକାନନ୍ଦ ନାୟକ ଓ ଜିଲା ଅବକାରୀ ଅଧୀକ୍ଷକ ବି. ଯୁଗଳ କିଶୋରଙ୍କ ମିଳିତ ନିର୍ଦ୍ଦେଶରେ ଉକ୍ତ ବସ୍ତି ଉପରେ ଚଢ଼ାଉ କରାଯାଇଥିଲା। ବସ୍ତିର ଆବାସ ଖାଁ(୩୦)ଙ୍କ ଘରେ ବ୍ୟାପକ ବ୍ରାଉନ୍‌ସୁଗାର କାରବାର ହେଉଥିବା ଗୋଇନ୍ଦା ବିଭାଗର ସୂଚନା ଅନୁଯାୟୀ ଅବକାରୀ ଡିଏସ୍‌ପି ସେକ୍‌ ଆସପ ଅଲ୍ଲିଙ୍କ ନେତୃତ୍ୱରେ ଚଢାଉ କରାଯାଇଥିଲା। ଚଢାଉ ବେଳେ ତାଙ୍କ ଘରୁ ୬୮ଗ୍ରାମ ଓଜନର ବ୍ରାଉନ୍‌ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ୬ଲକ୍ଷ ୮୦ହଜାର ଟଙ୍କା ହେବ। ଅବକାରୀ ସ୍ବତନ୍ତ୍ର ମୋବାଇଲ୍‌ ସ୍କ୍ବାଡ଼ରେ ମାମଲା (ନଂ. ୧୫୨/୧୯) ରୁଜୁ କରାଯାଇ ତଦନ୍ତ ଚାଲୁ ରହିଛି।

ଚଢାଉରେ ଆଇଆଇସି ଉଦେଲାଲ ନାୟକ, ଅବକାରୀ ବିଭାଗର ଭାରପ୍ରାପ୍ତ ଅଧିକାରୀ ଓମ୍ପା ମାରାଣ୍ଡି, ଦୋଳଗୋବିନ୍ଦ ଧଳ, ଭାସ୍କର ଚନ୍ଦ୍ର ବେହେରା, ଚନ୍ଦ୍ର ସେଠୀ, ସେକ୍‌ କଲିମ୍‌, ଅଞ୍ଜନ ଜେନା, ପ୍ରହ୍ଲାଦ ବିଶ୍ୱାଳ, ମୀନତି ଜେନା, ସୃଷ୍ଟିଧର ଦେହୁରୀ, ମଙ୍ଗଳ ସିଂ, ରାଜୀବ ଭଞ୍ଜ, କୁମୁଦିନୀ ସଁ, ଶଶୀ ସାହୁ ଓ ୮ଜଣିଆ ଏପିଆର୍‌ ପୋଲିସ୍‌ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?