ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ୩୭ ଲିଟର ମଦ ଜବତ, ୩ ଗରଫ

ଆର୍‌.ଉଦୟଗିରି, ୧୫।୪(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରି ଅବକାରୀ ବିଭାଗ ପକ୍ଷରୁ ଆର.ଉଦୟଗିରି ଆସିସାହି, ଖଜୁରିପଦା, ସେରେଙ୍ଗ ଆଦି ଗ୍ରାମରେ ମଙ୍ଗଳବାର ଚଢ଼ାଉ କରାଯାଇ ୩୭ ଲିଟର ଦେଶିମଦ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗରିଫ କରାଯାଇଛି। ସେମାନେ ହେଲେ ଆର.ଉଦୟଗିରି ଆସିସାହିର ସୁଭାଷ ରଇତ, ଖଜୁରିପଦା ଗ୍ରାମର ପ୍ରତିମା ଓ ସେରେଙ୍ଗ ଗ୍ରାମର ଲିଟୁ। ଏ ନେଇ ଆର.ଉଦୟଗିରି ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟଚାଲଣ କରାଯାଇଛି। ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦିପ କୁମାର ପାଣିଗ୍ରାହିଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ାଉ ହୋଇଥିଲା। ଏହି ଚଢ଼ାଉରେ ଆର. ଉଦୟଗିରି ଅବକାରୀ ଓଆଇସି ଜି.ସୁରିବାବୁ ଏବଂ ତାଙ୍କ କର୍ମଚାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri