ଅବକାରୀ ଭ୍ୟାନ୍‌କୁ ଧକ୍କା ଲଗାଇ ଖସିଗଲେ ମଦ ବେପାରୀ, ଡ୍ରାଇଭର

ଭଦ୍ରକ ଅଫିସ, ୧୬।୭ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ସୋମବାର ଭୋର ସମୟରେ ଚଢ଼ାଉ କରି ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରୁ ୧୨୫୦ ଲିଟର ଦେଶୀମଦ ବୋଝେଇ ଏକ ଗାଡ଼ିକୁ ଜବତ କରିଛି। ଗାଡ଼ିରେ ଥିବା ଜଣେ ମଦ ମାଫିଆ ଓ ଚାଳକ ଅବକାରୀ ବିଭାଗ ଭ୍ୟାନ୍‌କୁ ଧକ୍କା ଦେଇ ସେଠାରୁ ଖସି ଯାଇଥିବା ଜଣାପଡ଼ିଛି। ଅବକାରୀ ପୋଲିସ ମଦ ବୋଝେଇ ଟର୍‌ବୋ ଗାଡ଼ି(ନଂ. ଓଆର୍‌୦୫ଏବି୦୪୯୪)କୁ ଜବତ କରି ଏକ ମାମଲା(ନଂ. ୬୪/୧୯) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।
ମଦ ବେପାରୀମାନେ ରୀତିମତ ବାଲେଶ୍ୱରରୁ ଚୋରାମଦ ଆଣି ଭଦ୍ରକ ଓ ଏହା ଆଖପାଖରେ ବିକ୍ରି କରିବା ଘଟଣା ନିତିଦିନିଆ ହୋଇଛି। ସ୍ଥାନୀୟ ଅବକାରୀ ବିଭାଗ ଏହାର କୌଣସି ଟେର୍‌ ପାଇପାରୁ ନାହିଁ। ରବିବାର ରାତିରେ ବାଲେଶ୍ୱରରୁ ଚୋରାମଦ ଅଣାଯାଉଥିବା କଟକ କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗର ଗୋଇନ୍ଦା ଟିମ୍‌ କୌଣସି ସୂତ୍ରରୁ ଖବର ପାଇ ଚଢାଉ କରିଥିଲା। ଟିମ୍‌କୁ ଦେଖି ମଦବୋଝେଇ ଗାଡ଼ି ଚାଳକ ଦ୍ରୁତଗତିରେ ଗାଡ଼ି ଚଳାଇ ଖସିଯିବାକୁ ଉଦ୍ୟମ କରିବା ବେଳେ ଅବକାରୀ ବିଭାଗ ଭ୍ୟାନ୍‌କୁ ଧକ୍କା ଦେଇଥିଲେ। ଏଥିରେ ଭ୍ୟାନ୍‌ର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା କର୍ମଚାରୀ ଅଳ୍ପକେ ରକ୍ଷା ପାଇଯାଇଥିଲେ। ଏହି ସୁଯୋଗରେ ଫେରାର ହୋଇଯାଇଥିବା ଭଦ୍ରକର ମଦ ମାଫିଆ ଓ ଗାଡ଼ି ଚାଳକଙ୍କୁ ଧରିବା ପାଇଁ ଅବକାରୀ ବିଭାଗ ତନାଘନା କରୁଥିବା ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri