Posted inରାଜ୍ୟ

ଅବଧି ଶେଷହେବାର ୨ବର୍ଷ ବିତିବ, ବିଜୁ ସେତୁ ଅଧାପନ୍ତରିଆ

ଦଶପଲ୍ଲା,୧୩ା୬(ଡି.ଏନ୍‌.ଏ): ଅଞ୍ଚଳର ବିକାଶ ସାଙ୍ଗକୁ ଲୋକଙ୍କ ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଅନେକ ସ୍ଥାନରେ ଯୋଜନାର ସୁଫଳ ଲୋକେ ପାଇପାରୁ ନାହାନ୍ତି। ଦଶପଲ୍ଲା ବ୍ଲକରେ ନିର୍ମାଣ ହେଉଥିବା ଏକ ସେତୁକୁ ଏଠାରେ ଉଦାହରଣ ଭାବେ ନିଆଯାଇପାରେ। ବିଜୁ ସେତୁ ନାମରେ ଏହି ପୋଲ ନିର୍ମାଣ ହେଉଥିବାବେଳେ ଅବଧି ସରିବାର ୨ବର୍ଷ ବିତିବାକୁ ବସିଥିଲେ ମଧ୍ୟ ଶେଷ ହୋଇପାରି ନାହିଁ।
ଦଶପଲ୍ଲା ବ୍ଲକ ସରିଗଣ୍ଡା ପଞ୍ଚାୟତର ଶିମିଳି ବେରଣା ଓ ଓଡ଼ଶର ମଧ୍ୟରେ ଖଳଖଳା ନାଳ ପ୍ରବାହିତ। ବର୍ଷାଦିନେ ବଢି ପାଣି ଆସିବା ଦ୍ୱାରା ପ୍ରାୟ ୫ ଖଣ୍ଡ ଗ୍ରାମର ଜନସାଧାରଣ ଯାତାୟାତରେ ହଇରାଣ ହୋଇଥାନ୍ତି। ସେ ସମୟରେ ଅଞ୍ଚଳ ଏକପ୍ରକାର ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡେ। ବାରମ୍ବାର ଦାବି ପରେ ବିଜୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଉକ୍ତ ନାଳ ଉପରେ ସେତୁ ନିର୍ମାଣ ପାଇଁ ନିଷ୍ପତ୍ତି ନିଆଗଲା। ଦଶପଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଉକ୍ତ ସେତୁ କାର୍ଯ୍ୟକାରୀ କରାଗଲା। ଏଥିନିମନ୍ତେ ଟେଣ୍ଡର ହୋଇଥିବାବେଳେ ବ୍ୟୟ ଅଟକଳ ୩୬୦.୧୨ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଥିଲା। ଏହାର ଦୈର୍ଘ୍ୟ ୬୧.୨୬ ମିଟର ଥିବାବେଳେ ସ୍ପାନ ୨୫୩୦.୬୩ମିଟର ରହିଛି। ଏହି ସେତୁ ନିର୍ମାଣ କାର୍ଯ୍ୟ ୧୧ା୫ା୨୦୧୬ ମସିହାରୁ ଆରମ୍ଭ ହୋଇ ୧୦ା୮ା୧୭ ମଧ୍ୟରେ ଶେଷ ହେବା ପାଇଁ ସମୟସୀମା ଧାର୍ଯ୍ୟ କରାଯାଇଥିଲା। ଅବଧି ଶେଷ ହେବାର ୨ବର୍ଷ ବିତିବାକୁ ବସିଥିଲେ ମଧ୍ୟ ପୋଲ ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହିଛି। ନିର୍ମାଣ ହୋଇଥିବା ପିଲାର ଭାଙ୍ଗିବାକୁ ବସିଥିବା ବେଳେ ଏହା ଚାରିପଟେ ଜଙ୍ଗଲ ସୃଷ୍ଟି ହେଲାଣି। ପିଲାରରେ ବ୍ୟବହୃତ ଲୁହାଛଡ଼ରେ ମଧ୍ୟ କଳଙ୍କି ଲାଗିଗଲାଣି। ଏପରିସ୍ଥଳେ ସେତୁ କାର୍ଯ୍ୟ ଶେଷହେବା ନେଇ ସ୍ଥାନୀୟ ଲୋକେ ସନ୍ଦୀହାନ ହୋଇପଡିଛନ୍ତି। ବର୍ଷା ଦିନ ଆସୁଥିବାରୁ ନାଳରେ ବଢିପାଣି ଆସିଲେ ସେମାନେ କିପରି ଅତିକ୍ରମ କରିବେ ତାକୁ ନେଇ ଚିନ୍ତିତ ଅଛନ୍ତି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଜଗନ୍ନାଥ ସୁବୁଦ୍ଧିଙ୍କୁ ପଚାରିବାରୁ ସେ ସେତୁ ନିର୍ମାଣ କାର୍ଯ୍ୟ ଅଧା ହେବା ସହ ସମୟସୀମା ସରିଯାଇଥିବା ସ୍ବୀକାର କରିଥିଲେ। ଏହାକୁ ନବୀକରଣ କରାଯାଇ ପୁନଶ୍ଚ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri