Posted inରାଜ୍ୟ

ଅବପାତର ରୂପ ନେଲା ଲଘୁଚାପ: ଭୟଙ୍କର ହେଉଛି ବାତ୍ୟା ‘ଅମ୍ଫନ’

ଭୁବନେଶ୍ୱର, ୧୬।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ପୂର୍ବାହ୍ନରେ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ପଶ୍ଚିମବଙ୍ଗର ଦୀଘାଠାରୁ ୧୨୫୦ କିମି ଏବଂ ପାରାଦୀପ ଠାରୁ ୧୧୦୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଭୟଙ୍କର ସାମୂଦ୍ରୀକ ଝଡ଼ ରୂପ ନେବ। ଏହାର ୨୪ ଘଣ୍ଟା ପରେ ବାତ୍ୟା ‘ଅମ୍ଫନ’ ଆହୁରି ଭୟଙ୍କର ରୂପ ଧାରଣ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଏହି ସାମୂଦ୍ରୀକ ଝଡ଼ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଉତ୍ତର, ଉତ୍ତର ପଶ୍ଚିମ ଦିଗକୁ ଗତିକରିବ। ଏହା ପରେ ଦିଗ ବଦଳାଇ ଉତ୍ତର, ଉତ୍ତର ପୂର୍ବ ଦିଗ ପଶ୍ଚିମବଙ୍ଗ ଉପକୂଳ ଆଡକୁ ମୁହାଁଇବ। ଆସନ୍ତ ୧୮ ତାରିଖ ବେଳକୁ ଏହି ସାମୂଦ୍ରୀକ ଝଡ଼ ଅତି ଭୟଙ୍କର ହେବ। ୧୯ ତାରିଖ ଅପରାହ୍ନ ସୁଦ୍ଧା ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭବନା ରହିଛି। ବାତ୍ୟାର ପ୍ରଭାବରେ ଆସନ୍ତା ୧୮ ତାରିଖରୁ ଜଗତ୍‌ସିଂୟପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରଳ, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ ଆଦି ଜିଲାରେ ବର୍ଷା ହେବ। ୧୯ ତାରିଖରେ ଉପକୂଳବର୍ତ୍ତୀ ଜିଲାଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଛି। କରୋନା ସଂକ୍ରମଣ ଆଶଙ୍କାରେ ବାତ୍ୟା ଆଶ୍ରୟସ୍ଥଳ, ସ୍କୁଲ ଓ କଲେଜ ଗୃହଗୁଡ଼ିକୁ ଅସ୍ଥାୟୀ ଚିକିତ୍ସା କେନ୍ଦ୍ରରେ ପରିଣତ କରାଯାଇଛି। ତେବେ ଜିଲାରେ ଖାଲି ଥିବା ସ୍କୁଲ ଓ କଲେଜଗୁଡିକୁ ଆଶ୍ରୟସ୍ଥଳ ଭାବେ ଚିହ୍ନଟ କରିବା ଲାଗି ଜିଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ଆସୁଥିବାରୁ ସମୂଦ୍ର ମଧ୍ୟକୁ ନ ଯିବାଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri