ମହାକାଳପଡ଼ା, ୧।୧୦ (ଡି.ଏନ୍.ଏ.): ମହାକାଳପଡ଼ା ବ୍ଲକ ଅଧୀନ ବଉଳକଣୀ ପଞ୍ଚାୟତର ଆଦିବାସୀଡ଼ା ସିଂପଡା ଗ୍ରାମକୁ ଯିବାଆସିବା ପାଇଁ ପକ୍କା ରାସ୍ତା ନ ଥିବାରୁ ଲୋକମାନେ ନାନା ସମସ୍ୟା ଭୋଗୁଛନ୍ତି। ବର୍ଷ ତମାମ ଗ୍ରାମବାସୀ ଅସୁବିଧା ଭୋଗୁଥିବା ବେଳେ ବର୍ଷାଦିନେ ଏହି ସମସ୍ୟା ଦ୍ୱିଗୁଣିତ ହୋଇଯାଉଛି। ଗାଁ ବାହାରକୁ ଯିବାକୁ ହେଲେ ଲୋକଙ୍କୁ ଅଣ୍ଟାଏ ପାଣିରେ ପଶି ମୁଖ୍ୟରାସ୍ତାକୁ ଯିବାକୁ ପଡ଼ୁଛି। ଏହି ଗ୍ରାମରେ ୬୫ ଊର୍ଦ୍ଧ୍ୱ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ଯା’ଆସ ପାଇଁ ସବୁଦିନିଆ ରାସ୍ତାଟିଏ ନିର୍ମାଣ କରାଯାଉ ନ ଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଗ୍ରାମର ଫଗନ ସିଂ, ରବୀନ୍ଦ୍ର ସିଂ, ନନ୍ଦ ସିଂ, ଚରଣ ସିଂ, ରୁୟା ସିଂ ପ୍ରମୁଖ କହିଛନ୍ତି, ଗ୍ରାମ ରାସ୍ତା ନିର୍ମାଣ ପାଇଁ କେନାଲ ବନ୍ଧଠାରୁ ଲୁଣା ଘେରି ପର୍ଯ୍ୟନ୍ତ ୧.୭ କି.ମି. ରାସ୍ତା ମଧ୍ୟରୁ ୧ କିମି ରାସ୍ତା ଏମ୍ଜିଏନ୍ଆର୍ଇଜିଏସ୍ରେ ୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛଇ। ମାତ୍ର ଆଉ ୭ଶହ ମିଟର ରାସ୍ତା ଓ ଏକ କଲଭର୍ଟ ନିର୍ମାଣ ପାଇଁ ଆବଶ୍ୟକ ୫ଲକ୍ଷ ଟଙ୍କା ମଞ୍ଜୁର ହୋଇ ନଥିବାରୁ ରାସ୍ତା କାର୍ଯ୍ୟ ଅଧାରେ ରହିଛି।
ସେହିପରି ନିର୍ବାଚନ ପୂର୍ବରୁ ଏଠାରେ ସିଂପଡ଼ା ଗୋଷ୍ଠୀ କେନ୍ଦ୍ର ନିର୍ମାଣ ପାଇଁ ଆମ ଗାଁ ଆମ ବିକାଶ ଯୋଜନାରେ ୨ ଲକ୍ଷ ଟଙ୍କା ଅନୁଦାନ ଆସିଥିଲା। ମାତ୍ର ଏବେ ବି ଏହି ଗୋଷ୍ଠୀ କେନ୍ଦ୍ର ନିର୍ମାଣ କେବଳ ଏକ ଫଳକରେ ସୀମିତ ରହିଛି। ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ବେଳେ ଆଦିବାସୀପଡ଼ା ସିଂପଡ଼ା ଗ୍ରାମ ଅବହେଳିତ ହୋଇରହିଛି। ତୁରନ୍ତ ଏହି ପଡ଼ାକୁ ରାସ୍ତା ନିର୍ମାଣ ପାଇଁ ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତ। ଏ ସମ୍ପର୍କରେ ବ୍ଲକ ସହକାରୀ ଯନ୍ତ୍ରୀ ମୁଲଲୀଧର ଦାସଙ୍କୁ ପଚାରିବାରେ ଉକ୍ତ ଗ୍ରାମ ରାସ୍ତା ନିର୍ମାଣ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।
ଅବହେଳିତ ଆଦିବାସୀପଡ଼ା: ଅଣ୍ଟାଏ ପାଣିରେ ପଶି ଯା’ଆସ କରୁଛନ୍ତି ସିଂପଡ଼ାବାସୀ
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା View All
କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…
ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…
ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…
ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…
ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା
ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…
ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର
ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…
ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…
ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…
ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ
ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…
ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…
Archives

