ଅବାଧ, ନିରପେକ୍ଷ ନିର୍ବାଚନ ପାଇଁ ସଚେତନତା କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୨୦।୪-ବାଲେଶ୍ୱର ସହର ଆଇଟିଆଇ ସ୍ଥିତ ଏକ ଘରୋଇ ସମ୍ମିଳନୀ କକ୍ଷରେ ମାନବାଧିକାର ଇଲେକ୍ସନ ୱାଚ୍‌ କମିଟି ପକ୍ଷରୁ ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଛି।
ମାନବାଧିକାର ଇଲେକ୍ସନ ୱାଚ୍‌ କମିଟି ବାଲେଶ୍ୱର ଗସ୍ତ କରି ବିନା ଭୟ, ଭ୍ରାନ୍ତି, କୌଣସି ଚାପର ବଶବର୍ତ୍ତୀ ନ ହୋଇ ଜାତି, ଧର୍ମ, ବର୍ଗ, ଲିଙ୍ଗ ସଙ୍କୀର୍ଣ୍ଣତାରୁ ଊର୍ଦ୍ଧ୍ୱରେ ରହି ନିଜର ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରି ମତଦାନ କରିବା ଲାଗି ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି। ଏହି ଉପଲକ୍ଷେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀକୁ ଉଦ୍‌ବୋଧନ ଦେଇ ସଙ୍ଗଠନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଡ. ଅଭିନ୍ନ ହୋତା କହିଥିଲେ, ଚଳିତ ନିର୍ବାଚନରେ କଳାଟଙ୍କା, ମଦ ଓ ଗୁଣ୍ଡାଗର୍ଦିକୁ ରୋକିବା ପାଇଁ ସାରା ରାଜ୍ୟରେ ୧୫୦୦ ମାନବାଧିକାର କର୍ମୀ ନିୟୋଜିତ ହୋଇଛନ୍ତି। ବାଲେଶ୍ୱର ଜିଲାର ପ୍ରାୟ ୫୦ରୁ ଊର୍ଦ୍ଧ୍ୱ କାର୍ଯ୍ୟକର୍ତ୍ତା ନିର୍ବାଚନକୁ ଖୁବ୍‌ ପାଖରୁ ନିରୀକ୍ଷଣ କରୁଛନ୍ତି। ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନକୁ ନିବର୍ର୍ାଚନ କମିଶନରଙ୍କୁ ଅବଗତ କରାଉଛନ୍ତି। ସୁସ୍ଥ ଗଣତନ୍ତ୍ରକୁ ରକ୍ଷା କରିବା ପାଇଁ ଏହା ଆମର ପ୍ରୟାସ ବୋଲି କମିଟି ରାଜ୍ୟ ଉପାଧ୍ୟକ୍ଷ ତଥା ଢ଼େଙ୍କାନାଳ, ଅନୁଗୋଳ ଜିଲାର ସଭାପତି ରାମଚନ୍ଦ୍ର ରାଉତରାୟ ମତବ୍ୟକ୍ତ କରିଛନ୍ତି। ଇଲେକ୍ସନ ୱାଚ୍‌ କମିଟିର ରାଜ୍ୟ ଉପ-ସଭାପତି ଦେବବ୍ରତ ପାଣିଗ୍ରାହୀ ଓ ଜିଲାସଭାପତି ସଂଘମିତ୍ରା ମହାନ୍ତି, ଖୋର୍ଦ୍ଧା ଜିଲା ସଂଯୋଜିକା କୁମାରୀ ସ୍ବର୍ଣ୍ଣଲତା ସାହୁ, ସଦସ୍ୟା ଶର୍ମିଷ୍ଠା ଦାସ, ଜ୍ୟୋତିରଞ୍ଜନ ଦାସ, ଲଲିତ କୁମାର ପାଣିଗ୍ରାହୀ, ପ୍ରିୟରଞ୍ଜନ ମହାନ୍ତି, ଅଲିଭା ଦାସ, ହରିଶ୍‌ ଚନ୍ଦ୍ର ରାଜ, ଉର୍ମିଳା ଦାସ, ସୁପ୍ରଭା ଦାସ, ପ୍ରଶାନ୍ତ ପଣ୍ଡା, ଚିନ୍ମୟ ବିଶ୍ୱାଳ, ଏସ୍‌.କେ. ହମିଦ୍‌ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri