Posted inଜାତୀୟ

ଅବିବାହିତା କନ୍ୟା ରଖିପାରିବେନି ମୋବାଇଲ୍‌ ଫୋନ୍‌: ଧରା ପଡ଼ିଲେ ପିତାଙ୍କୁ ଦେବାକୁ ପଡ଼ିବ ଦେଢ଼ଲକ୍ଷ ଜରିମାନା

ଅହମ୍ମଦାବାଦ୍‌,୧୭।୭: ଗୁଜରାଟର ବନାସକାଣ୍ଠା ଅନ୍ତର୍ଗତ ଦନ୍ତିଓ୍ବାଡ଼ାରେ ଅବିବାହିତା କନ୍ୟା ମୋବାଇଲ୍‌ ଫୋନ୍‌ ରଖିପାରିବେନି ବୋଲି ନିୟମ ପ୍ରଚଳନ ହୋଇଛି। ଏହାକୁ ସ୍ଥାନୀୟ ଠାକୁର ସମ୍ପ୍ରଦାୟ ପକ୍ଷରୁ ଜାରି କରାଯାଇଛି। ସ୍ଥାନୀୟ ପଞ୍ଚାୟତ ପକ୍ଷରୁ ଏହି ନିୟମ ପ୍ରଣୟନ କରାଯାଇଥିବା କୁହାଯାଉଛି। ଜଲୋଲ ଗାଁରେ ହୋଇଥିବା ପଞ୍ଚାୟତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହାର ଉଲ୍ଲଂଘନ କଲେ ସମ୍ପୃକ୍ତ ଅବିବାହିତା କନ୍ୟା ପିତା ଅଥବା ପରିବାର ସଦସ୍ୟଙ୍କୁ ଏଥିପାଇଁ ଦେଢ଼ଲକ୍ଷ ଟଙ୍କାର ଜରିମାନା ଦେବାକୁ ପଡ଼ିବ ବୋଲି ପଞ୍ଚାୟତ ପକ୍ଷରୁ କୁହାଯାଇଛି। ତେବେ ପଞ୍ଚାୟତ ସଦସ୍ୟ ଜୟନ୍ତୀ ଭାଇ ଠାକୁର କହିଛନ୍ତି ଯେ, ବିବାହରେ ଅଯଥା ଖର୍ଚ୍ଚ ଏବଂ ଡିଜେ ବ୍ୟବହାର ଉପରେ ଆଲୋଚନା ବୈଠକରେ ହୋଇଥିଲା। ସେହିପରି ଅବିବାହିତା କନ୍ୟା ମୋବାଇଲ୍‌ ଫୋନ୍‌ ରଖିବା ଉପରେ ଚର୍ଚ୍ଚା ହୋଇଥିଲା। ଏନେଇ ଖୁବ୍‌ ଶୀଘ୍ର ଆଇନ ପ୍ରଣୟନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri