ଅବିଶ୍ରାନ୍ତ ବର୍ଷା, ଅଶାନ୍ତ ସମୁଦ୍ର

ଭୋଗରାଇ, ୨୫।୧୦(ଡି.ଏନ.ଏ.)-ଲଘୁଚାପ ପ୍ରଭାବରେ ଭୋଗରାଇ ସମେତ ଆଖପାଖ ଅଞ୍ଚଳରେ ବୁଧବାରଠାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ତୁହାକୁ ତୁହା ବର୍ଷା ହେବା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ସାରାଦିନ ବର୍ଷା ପ୍ରକୋପରେ ଦୂରଦୂରାନ୍ତକୁ ଯାଉଥିବା ଯାତ୍ରୀବାହୀ ବସ୍‌, ଅଟୋଗୁଡ଼ିକରେ ଯାତ୍ରୀ ସଂଖ୍ୟା କମ୍‌ ପରିଲକ୍ଷିତ ହୋଇଥିଲା। ହାଟ, ବଜାର, ରାସ୍ତାଘାଟରେ ଲୋକଙ୍କ ଯାତାୟାତ ଏକ ପ୍ରକାର ଶୂନଶାନ୍‌ ହୋଇଛି। ଆହୁରି ଦୁଇଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ରବିବାର ଅମାବାସ୍ୟା ତିଥି ଥିବାରୁ ସମୁଦ୍ର ଉତ୍ତାଳ ହୋଇଛି। ସମୁଦ୍ରର ଢ଼େଉ ତାଳସାରୀ, ଉଦୟପୁର, ଶଙ୍କରପୁର, ତାଜପୁର ଓ ମନ୍ଦାମଣୀ ଆଦି କୂଳ ଆଡ଼କୁ ମାଡ଼ି ଆସିବାରୁ କୂଳବାସୀ ଭୟଭୀତ ହୋଇପଡିଛନ୍ତି। ଏ ସମସ୍ତ ପର୍ଯ୍ୟଟନ ସ୍ଥଳୀରେ ସମୁଦ୍ରକୁ ନ ଯିବା ପାଇଁ ପର୍ଯ୍ୟଟକଙ୍କୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି। ଭୋଗରାଇରେ ୩୧.୨ ମି.ମି., ଜଳେଶ୍ୱରରେ ୧୧ମି.ମି., ବାଲିଆପାଳରେ ୨୫ମି.ମି., ବସ୍ତାରେ ୪୬ ମି.ମି. ସହିତ ଜିଲାରେ ସର୍ବମୋଟ୍‌ ୩୩୦.୨ ମି.ମି. ବର୍ଷା ହୋଇଥିବା ଜରୁରୀକାଳୀନ ଦପ୍ତର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri