ଅବ୍ୟବସ୍ଥା ଦେଇ ଗତି କରୁଛି ବାରିପଦା ଜଗନ୍ନାଥ ମନ୍ଦିର: ଡିସେମ୍ବର ପହିଲାରୁ ସମୂହ ଇସ୍ତଫା ଦେବେ ସେବାୟତ

ବାରିପଦା ଅଫିସ,୧୯ା୧୧- ବାରିପଦା ସ୍ଥିତ ଜଗନ୍ନାଥ ମନ୍ଦିରର ସ୍ବାତନ୍ତ୍ର୍ୟ ରହିଛି। ଦେବୋତ୍ତର ବିଭାଗ ଦ୍ୱାରା ଏହା ପରିଚାଳିତ ହେଉଥିବା ବେଳେ ସବୁବେଳେ ବିଭିନ୍ନ ଅବ୍ୟବସ୍ଥା ଦେଇ ଗତି କରୁଛି। ଏ ନେଇ ସେବାୟତମାନେ ଅନେକ ଥର ଆନ୍ଦୋଳନ କରିଥିଲେ ମଧ୍ୟ ସରକାର ଏଥିପ୍ରତି କର୍ଣ୍ଣପାତ କରୁ ନାହାନ୍ତି। ନଭେମ୍ବର ଶେଷ ସୁଦ୍ଧା ମନ୍ଦିରର ବିଭିନ୍ନ ସମସ୍ୟା ସମାଧାନ ନ ହେଲେ ଡିସେମ୍ବର ପହିଲାରୁ ସମସ୍ତ ସେବାୟତ ସମୂହ ଇସ୍ତଫା ଦେବା ନେଇ ନିଷ୍ପତ୍ତି ନେଇଛନ୍ତି। ସେବାୟତ ଅରୁଣ କୁମାର ମିଶ୍ର, କାମେଶ୍ୱର ତ୍ରିପାଠୀ, ଶଶିଭୂଷଣ ଦାସ ଓ ସୋମନାଥ ପଣ୍ଡାଙ୍କ ଦସ୍ତଖତ ସମ୍ବଳିତ ଏକ ଦାବିପତ୍ର ଦେବୋତ୍ତର ଅଧିକାରୀ ତଥା ବାରିପଦା ଉପଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପ୍ରେରଣ କରାଯାଇଛି।

ସେବାୟତଙ୍କ ଅଭିଯୋଗ ଅନୁଯାୟୀ, ବିଗତ ୧୦ ବର୍ଷ ହେବ ସେମାନେ ମନ୍ଦିରର ସ୍ବାର୍ଥ ନେଇ ଆନ୍ଦୋଳନ କରିଆସୁଛନ୍ତି। ଗତ ଏପ୍ରିଲ ମାସରେ ବାରିପଦାକୁ ନିର୍ବାଚନ ପ୍ରଚାରରେ ଆସିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମନ୍ଦିରକୁ ଆସି ଠାକୁର ଦର୍ଶନ କରିଥିଲେ। ସେତେବେଳେ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କୁ ସେମାନଙ୍କ ଦାବି ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ସେବାୟତମାନଙ୍କୁ ଭୁବନେଶ୍ୱର ଆସିବାକୁ କହି ଚାଲି ଯାଇଥିଲେ। ଏହା ପରେ ସେମାନଙ୍କ କଥା ପ୍ରତି ଜିଲା ପ୍ରଶାସନ ଓ ସ୍ଥାନୀୟ ନିର୍ବାଚିତ ପ୍ରତିନିଧି କର୍ଣ୍ଣପାତ କରି ନ ଥିଲେ। ଫଳରେ ବାଧ୍ୟ ହୋଇ ସେମାନେ ଭୁବନେଶ୍ୱରକୁ ପଦଯାତ୍ରାରେ ବାହାରିଥିଲେ। ସେତେବେଳେ ସେମାନଙ୍କୁ ବୁଝା ସୁଝା କରି ଅଧା ରାସ୍ତାରୁ ଫେରେଇ ଅଣିଥିଲା ଜିଲା ପ୍ରଶାସନ। ମାତ୍ର ସେମାନଙ୍କ କଥା କେହି ନ ଶୁଣିବାରୁ ପୁନର୍ବାର ପଦଯାତ୍ରାରେ ଭୁବନେଶ୍ୱର ବାହାରିଥିଲେ। ପରେ ବାଧ୍ୟ ହୋଇ ଜିଲା ପ୍ରଶାସନ ସହଯୋଗରେ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ଅଧିକାରୀମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିଥିଲା। ତେବେ ସେହି ଆଲୋଚନା ପ୍ରତିଶ୍ରୁତିରେ ରହିଯାଇଛି ବୋଲି ସେବାୟତମାନେ ଅଭିଯୋଗ କରିଛନ୍ତି। ଏଣୁ ସେମାନେ ସମୂହ ଇସ୍ତଫା ଦେବାର ନିଷ୍ପତ୍ତି ନେଇଥିବା ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri