Posted inଜାତୀୟ

ଅଭିନନ୍ଦନଙ୍କୁ ମିଳିପାରେ ସେନାର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ,୮।୮: ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ସରକାର ସେନାର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିବାର ଯୋଜନା ରହିଥିବା ଜଣାପଡିଛି। ଗତ ଫେବୃୟାରୀ ୨୭ରେ ମିଗ୍‌-୨୧ବାୟୁସେନା ବିମାନରେ ଥିବା ଅଭିନନ୍ଦନ ପାକିସ୍ତାନର ଏଫ୍‌-୧୬ ବିମାନଙ୍କୁ ଧ୍ୱଂସ କରିବା ଓ ପରେ ବାଲାକୋଟ ଆକ୍ରମଣରେ ବୀରତା ପ୍ରଦର୍ଶନ ପାଇଁ ତାଙ୍କୁ ସେନାର ‘ବୀର ଚକ୍ର’ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି। ବାଲାକୋଟ ଆକ୍ରମଣରେ ଭାରତୀୟ ବାୟୁସେନା ମିରାଜ-୨୦୦୦ର ବ୍ୟବହାର କରିଥିଲା। ସୂଚନାଯୋଗ୍ୟ, ପୁଲଓ୍ବାମାରେ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବାକୁ ଯାଇ ଭାରତୀୟ ବାୟୁସେନା ପାକିସ୍ତାନର ବାଲାକୋଟରେ ବିମାନ ଆକ୍ରମଣ କରିଥିଲା। ଏହାପରେ ଅଭିନନ୍ଦନ ଭୁଲ୍‌ ବଶତଃ ପାକିସ୍ତାନ ସୀମାକୁ ଚାଲିଯାଇଥିବା ବେଳେ ସେଠାରେ ତାଙ୍କୁ ପାକିସ୍ତାନ ସେନା ଅଟକ ରଖିବା ସହ ବହୁ ବାଦ ବିବାଦ ପରେ ସୁରକ୍ଷିତ ଭାବେ ଭାରତକୁ ହସ୍ତାନ୍ତର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri