ଅଭିନନ୍ଦନଙ୍କ ମଜାକ ଉଡାଇଲା ପାକିସ୍ତାନ

ଇସଲମାବାଦ୍‌, ୧୨।୫: ଇଂଲଣ୍ଡ ଚାଲିଥିବା କ୍ରିକେଟ ବିଶକପରେ ଜୁନ୍‌ ୧୬ ଏକ ହାଇ ଭୋଲ୍ଟଟେଜ୍‌ ମ୍ୟାଚ୍‌। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ ଭାରତ ଏବଂ ପାକିସତନା ପୁଣି ଥରେ ପରସ୍ପରକୁ ଭେଟିବେ। ଏଥିପାଇଁ ଉଭୟ ଦେଶର ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ବଢିଯାଇଛି। ଏହି ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ଗଣମାଧ୍ୟମ ଏକ ବିଜ୍ଞାପନ ପ୍ରସ୍ତୁତ କରିଛି। ଏହି ବିଜ୍ଞାପନରେ ଭାରତୀୟ ବାୟୁସେନାର ହିରୋ ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଦ୍ଧମାନଙ୍କ ମଜାକ ଉଡ଼ାଇ ଯାଇଛି। ଅଭିନନ୍ଦନଙ୍କ ଭଳି ଦେଖାଯାଉଥିବା ଜଣେ ବ୍ୟକ୍ତି ଏହି ବିଜ୍ଞାପନରେ ଅଭିନୟ କରିଛନ୍ତି। ଯେ କି ଭାରତୀୟ ଦଳର ଜର୍ସି ପିନ୍ଧିଛନ୍ତି। ତାଙ୍କ ହାତରେ ଏକ ଚା’ କପ୍‌ ରହିଛି। ଆଉ ତାଙ୍କୁ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚରେ ପ୍ଲେଇଂ ଇଲେଭେନ କ’ଣ ହେବ ବୋଲି ପଚରା ଯାଉଛି। ସେ କିନ୍ତୁ କିଛି କହି ନ ଥିଲେ। ଏହାପରେ ଉକ୍ତ ବ୍ୟକ୍ତିଙ୍କୁ ସେଠାରୁ ଯିବାକୁ କୁହାଯାଉଛି। ସେ ଚା’ କପ୍‌ ନେଇ ଯିବାକୁ ବାହାରିଲାବେଳେ କୁଆଡେ ଯାଉଛ ଟିକେ ରୁହନ୍ତୁ, ଚା’ କେମିତି ଲାଗିଲା, କପ କେଉଁଆଡ଼େ ନେଇ ଯାଉଛ ବୋଲି ପ୍ରଶ୍ନ କରାଯାଇଛି। ଏଠାରେ କପ ଅର୍ଥ ବିଶକପ ଟ୍ରଫି। ସୂଚନାଯୋଗ୍ୟ,ପୁଲୱାମା ଆକ୍ରମଣ ପରେ ଅଭିନନ୍ଦନ ପାକିସ୍ତାନୀ ସେନା ଦ୍ବାରା ଗିରଫ ହୋଇଥିଲେ। ପାକ ସେନା ତାଙ୍କଠାରୁ ଗୁପ୍ତ ତଥ୍ୟ ହାସଲ କରିବାକୁ ଉଦ୍ୟମ କରି ବିଫଳ ହୋଇଥିଲା। ତାଙ୍କୁ ଭାରତକୁ ହସ୍ତାନ୍ତର କରିବାର କିଛି ସମୟ ପୂର୍ବରୁ ପାକିସ୍ତାନୀ ସେନା ଦ୍ବାରା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରାଯାଇଥିଲା। ସେଥିରେ ଅଭିନନ୍ଦନଙ୍କୁ ଚା’ ପିଆଯାଇ କିଛି ତଥ୍ୟ ବିଷୟରେ ପ୍ରଶ୍ନ କରାଯାଇଥିଲା। କିନ୍ତୁ ସେ ପାକ ସେନାକୁ କିଛି କହିବାକୁ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri