ଅଭିନବ ଉପାୟରେ ଟଙ୍କା ଠକେଇ

ବ୍ରହ୍ମପୁର ଅଫିସ,୭ା୭-ଟାଉନ ଥାନା ଅନ୍ତର୍ଗତ ମିଲିଟାରୀ ଲାଇନରେ ଥିବା କାନାରା ବ୍ୟାଙ୍କରେ ଲୁଟେରାମାନେ ଶନିବାର ଜଣେ ଜମାକାରୀଙ୍କ ୧୮ ହଜାର ୫ଶହ ଟଙ୍କା ଅଭିନବ ଉପାୟରେ ଠକି ନେଇଛନ୍ତି। ନିଳାଦ୍ରୀବିହାରର ଶିବରାମ ସାହୁ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ନଂ.୧୩୬/୧୯ରେ ମାମଲା ରୁଜୁ ହୋଇଛି। ପୂର୍ବାହ୍ନ ପ୍ରାୟ ୧୧ଟାରେ ଶିବରାମ ଉକ୍ତ ବ୍ୟାଙ୍କକୁ ୫୦ ହଜାର ଟଙ୍କା ଜମା କରିବାକୁ ଯାଇଥିଲେ । ସେଠାରେ ଧାଡ଼ିରେ ଠିଆ ହୋଇଥିବା ବେଳେ ତାଙ୍କ ପଛରେ ଠିଆ ହୋଇଥିବା ଦୁଇଜଣ ଯୁବକ ଜମାକାରୀଙ୍କୁ ସେ ଧରିଥିବା ଟଙ୍କାର କ୍ରମିକ ସଂଖ୍ୟା ଦେଖିବା ପାଇଁ କହିଥିଲେ। ହେଲେ ଲୁଟେରାଙ୍କ ଚାଲର ପଡି ଜମାକାରୀ ଜଣଙ୍କ ଧରିଥିବା ସମସ୍ତ ଟଙ୍କାର କ୍ରମିକ ସଂଖ୍ୟା ଦେଖିବାକୁ ଦେଇଥିଲେ। କିଛି ସମୟ ପରେ ସେମାନେ ଜମାକାରୀଙ୍କୁ ଟଙ୍କା ଫେରାଇ ଦେଇଥିଲେ। ସେ ବ୍ୟାଙ୍କର କ୍ୟାଶ୍‌ କାଉଣ୍ଟରରେ ଟଙ୍କା ଗଣିବା ବେଳେ ସେଥିରୁ ୧୮ ହଜାର ୫ଶହ ଟଙ୍କା କମ ଥିବା ଜାଣିବାକୁ ପାଇଥିଲେ। ଶିବରାମ ଯୁବକଙ୍କୁ ଖୋଜିବା ବେଳେ ସେମାନେ ଫେରାର ହୋଇଯାଇଥିବା ଜାଣିବାକୁ ପାଇଥିଲେ। ପୋଲିସ ବ୍ୟାଙ୍କରେ ପହଞ୍ଚତ୍ ସିସିଟିଭି ଫୁଟେଜ୍‌ ଯାଞ୍ଚ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ବଡ଼ଖେମୁଣ୍ଡି ହାଇସ୍କୁଲରେ ଶିକ୍ଷକ ଅଭାବ; ସ୍ମାରକପତ୍ର ଦେଲେ ଛାତ୍ର

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲରେ ଦୀର୍ଘଦିନ ହେଲା ଆବଶ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି । ଯାହାଫଳରେ ଛାତ୍ରଙ୍କ ପାଠପଢା…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ଗଞ୍ଜାମ ସହର ପାଇଁ ଗର୍ବ ଆଣିଲେ ଆନନ୍ଦିନୀ, ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୭ା୮(ବିଦ୍ୟାଧର ସାହୁ): ପଠାଣି ସାମନ୍ତ ମେଧା ବୃତ୍ତି ପରୀକ୍ଷାରେ ଆନନ୍ଦିନୀ ପଣ୍ଡା ସଫଳତା ପାଇଛନ୍ତି । ଆନନ୍ଦିନୀ ହେଉଛନ୍ତି ଗଞ୍ଜାମ ସହର ଦୁର୍ଗା ଦେବୀ ସାହି ମହେନ୍ଦ୍ର…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri