ଅଭିନେତ୍ରୀଙ୍କ ପ୍ରେମ ଠକେଇ, ମୁମ୍ବାଇରୁ ଭୁବନେଶ୍ୱର

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ମାଟ୍ରିମୋନି ସାଇଟ୍‌ରେ ଉଭୟଙ୍କର ହୋଇଥିଲା ପରିଚୟ। ତା’ପରେ ପ୍ରେମ ଆଉ ପ୍ରତାରଣା। ପ୍ରେମ ଓ ବିବାହ ବାହାନାରେ ପ୍ରେମିକଙ୍କଠାରୁ ଟଙ୍କା ଓ ସାମଗ୍ରୀ ହାତେଇନେବା ପରେ ପ୍ରତାରଣା କରିଛନ୍ତି ଜଣେ ଓଡ଼ିଆ ଅଭିନେତ୍ରୀ। ମୁମ୍ବାଇରୁ ଭୁବନେଶ୍ୱର ଯାଏ ଲମ୍ବିଥିବା ଏହି ହାଇପ୍ରୋଫାଇଲ୍‌ ଠକେଇ ପଦାକୁ ଆସିବା ପରେ ଚର୍ଚ୍ଚା ଜୋର୍‌ ଧରିଛି। ପ୍ରେମ, ପ୍ରଚାରଣା ଓ ଠକେଇର ଶିକାର ହୋଇଛନ୍ତି ଆନ୍ଧ୍ରପ୍ରଦେଶ ବିଶାଖାପାଟଣାର ପଦ୍ମାରାଜୁ ଶିବ କୁମାର। ସେ ଅଭିନେତ୍ରୀଙ୍କ ପ୍ରେମରେ ପାଗଳ ହୋଇ ସେ ଏକାଧିକଥର ମୁମ୍ବାଇରୁ ଓଡ଼ିଶା ଆସିଥିଲେ। ପ୍ରତାରଣା ଓ ଠକେଇର ଶିକାର ହୋଇଥିବା ଜାଣିବା ପରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଓ ଡିସିପି ଅନୁପ ସାହୁଙ୍କୁ ମେଲ୍‌ ଯୋଗେ ଅଭିଯୋଗ କରିଥିବା ଜଣାପଡିଛି।
ଅଭିଯୋଗ ଅନୁଯାୟୀ, ବିଶାଖାପାଟଣାର ଶିବ କୁମାର ମୁମ୍ବାଇଲେ ଚାକିରି କରନ୍ତି। ସେ ବିବାହ କରିବା ଲାଗି ୨୦୧୮ ଅଗଷ୍ଟରେ ମାଟ୍ରିମୋନିଆଲ ସାଇଟରେ ଏକ ଆକାଉଣ୍ଟ ଖୋଲିଥିଲେ। ଉକ୍ତ ସାଇଟରେ ରାଜୁଙ୍କ ପ୍ରୋଫାଇଲ ଦେଖି ଓଲିଉଡ୍‌ର ଜଣେ ଅଭିନେତ୍ରୀ ତାଙ୍କ ସହ ଯୋଗାଯୋଗ କରିଥିଲେ। ଉଭୟେ କିଛି ଦିନ ଫୋନ୍‌ରେ ବାର୍ତ୍ତାଳାପ କରିଥିଲେ। ଶିବଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କଠାରୁ ସଂପୃକ୍ତ ଅଭିନେତ୍ରୀ ଜଣକ ୨ଲକ୍ଷ ଟଙ୍କା ନେଇଥିଲେ। ଏହାର କିଛିଦିନ ପରେ ଦେଢ ଲକ୍ଷ ଟଙ୍କାର ସୁନା ଚେନ୍‌ ଓ ଏକ ଲାପଟପ ମଧ୍ୟ ନେଇଥିଲେ। ଶିବକୁମାର ତାଙ୍କୁ ବିବାହ ପାଇଁ କହିବାରୁ ସେ ମନା କରି ଦେଇଥିଲେ। ଏପରି କି ତାଙ୍କୁ ଫୋନ୍‌ କଲେ ବଳାତ୍କାର ମାମଲାରେ ଫସାଇ ଦେବେ ବୋଲି ଧମକ ଦେଇଥିଲେ। ବାଧ୍ୟହୋଇ ଶିବକୁବାର ମୁମ୍ବାଇରୁ ଦୁଇଥର ଭୁବନେଶ୍ୱର ଆସିଥିଲେ। ପ୍ରକୃତ ଘଟଣା ଜାଣିବା ପରେ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ ତାହାକୁ ଗ୍ରହଣ କରି ନ ଥିଲା। ଶେଷରେ ଏନେଇ ସେ ପୋଲିସ କମିଶନରଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri