ଅଭିଯୁକ୍ତଙ୍କ ଗିରଫ ଦାବିରେ ଟାୟାର ଜାଳି ରାସ୍ତାରୋକ

ବାରିପଦା ଅଫିସ/ବୈଶିଙ୍ଗା,୪ା୧୨- ଏକ ଛାତ୍ରୀ ଅସଦାଚରଣ ମାମଲାର ଅଭିଯୁକ୍ତ ମାସେରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ବେଳେ ତାଙ୍କୁ ଧରିବାକୁ ପୋଲିସ ଗୁରୁତ୍ୱ ଦେଉ ନାହିଁ। ଏଭଳି ଅଭିଯୋଗ କରି ମଙ୍ଗଳବାର ବୈଶିଙ୍ଗା ଥାନା ଅଧୀନ ଏକ ସ୍କୁଲ ସମ୍ମୁଖରେ ଲୋକେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ବୈଶିଙ୍ଗା- ରୁପସା ରାସ୍ତାକୁ ଅପରାହ୍ନ ୩ଟା ବେଳଠାରୁ ଅବରୋଧ କରିଥିଲେ। ଖବରପାଇ ଘଟଣାସ୍ଥଳକୁ ଯାଇଥିବା ପୋଲିସ ଓ ଶିକ୍ଷା ବିଭାଗର ଅଧିକାରୀମାନଙ୍କୁ ଉତ୍ତ୍ୟକ୍ତ ଲୋକେ ଅଟକ ରଖିଥିଲେ। ପରେ ଜିଲା ଶିକ୍ଷାଧିକାରୀ ଓ ପୋଲିସ ପକ୍ଷରୁ ପ୍ରତିଶ୍ରୁତି ଦିଆଯିବା ପରେ ରାତି ୭ଟା୩୦ରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ଉଲ୍ଲେଖଯୋଗ୍ୟ ଯେ,ଗତ ଅକ୍ଟୋବର ୨୯ ତାରିଖରେ ଏହି ଥାନା ଅଧୀନ ଏକ ହାଇସ୍କୁଲର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଛାତ୍ରୀ ଜଣକ ବୈଶିଙ୍ଗା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ.୨୪୪/୧୯) ରୁଜୁ କରିଥିଲା। ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଲୋକେ ବିଦ୍ୟାଳୟ ଗେଟ ସମ୍ମୁଖରେ ବିକ୍ଷୋଭ କରିବା ସହିତ ଅଭିଯୁକ୍ତଙ୍କୁ ଗିରଫ କରିବା ଓ ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରିବା ପାଇଁ ଦାବି କରିଥିଲେ। ପରେ ସେମାନଙ୍କୁ ପୋଲିସ ଓ ଶିକ୍ଷା ବିଭାଗର ଅଧିକାରୀମାନେ ବୁଝାସୁଝା କରିଥିଲେ। ଏହା ପରେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଥିଲା। ତେବେ ଦୀର୍ଘ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ନ ଥିବା ବେଳେ ପ୍ରଧାନ ଶିକ୍ଷୟିତ୍ରୀ ବର୍ତ୍ତମାନ ବିଦ୍ୟାଳୟକୁ ନିୟମିତ ଯିବା ଆସିବା କରୁଥିବା ଅଭିଯୋଗ କରି ମଙ୍ଗଳବାର ସ୍ଥାନୀୟ ଲୋକେ ବିଦ୍ୟାଳୟର ଗେଟ ବନ୍ଦ କରି ଅପରାହ୍ନ ୨ଟା ବେଳେ ଆନ୍ଦୋଳନ କରିଥିଲେ। ୩ଟା ବେଳେ ବୈଶିଙ୍ଗା- ରୁପସା ମୁଖ୍ୟ ରାସ୍ତାରେ ଟାୟାର ଜାଳି ରାସ୍ତାରୋକ କରିଥିଲେ। ବୈଶିଙ୍ଗା ପୋଲିସ ଘଟଣାସ୍ଥଳକୁ ଆସି ବିଦ୍ୟାଳୟ ଭିତରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଉଦ୍ଧାର କରି ନେଉଥିବା ବେଳେ ଲୋକେ ପୋଲିସକୁ ଅଟକ ରଖିଥିଲେ। ସେହିପରି ଜିଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା ଓ ଅନ୍ୟ ବ୍ଲକସ୍ତରୀୟ ଅଧିକାରୀମାନେ ସେମାନଙ୍କୁ ବୁଝାସୁଝା କରିବା ପାଇଁ ଯାଇଥିଲେ ମଧ୍ୟ ଲୋକେ ଯିଦରେ ଅଟଳ ରହିଥିଲେ। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ସହିତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମଧ୍ୟ ଗିରଫ କରିବା ପାଇଁ ସେମାନେ ଦାବି କରିଥିଲେ। ଏ ନେଇ ବୈଶିଙ୍ଗା ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ପଲେଇଙ୍କୁ ପଚାରିବାରୁ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ କରୁଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri