ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୂର୍ବ ଶତ୍ରୁତାରୁ ନବଘନ ପାଟ୍ଟଶାଣୀ ଓରଫ ବାଙ୍କା ନାମକ ବ୍ୟକ୍ତିଙ୍କୁ ଖଣ୍ଡାରେ ଆକ୍ରମଣ ମାମଲାରେ ଖଣ୍ଡଗିରି ଥାନା ପୋଲିସ ଦ୍ୱାରା ଗିରଫ ହୋଇ ଜେଲରେ ଅଛନ୍ତି ମୁଖ୍ୟ ଅଭିଯୁକ୍ତ ବାବିନା ଓରଫ ଶଶାଙ୍କ ଶେଖର ବଳିଆର୍ସିଂ। ତେବେ ଖୋଳତାଡ଼ ପରେ ପୋଲିସ ବାବିନାଙ୍କ ଆପରାଧିକ ସାମ୍ରାଜ୍ୟ ସମ୍ପର୍କରେ ବହୁ ତଥ୍ୟ ପାଇଛି। ବାବିନା ଖଣ୍ଡଗିରି ଥାନା ଅନ୍ତର୍ଗତ ତପୋବନ ଆଶ୍ରମ ନିକଟରେ ଏକ ସରକାରୀ ଜମିରେ କବାଡ଼ିଆ ଦୋକାନ ଖୋଲି ସେଠାରୁ ଆପରାଧିକ କାର୍ଯ୍ୟ ଜାରି ରଖିଥିଲେ। ତେଣୁ ପୋଲିସ ଟିମ୍ ମଙ୍ଗଳବାର ବିଡିଏ ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ସହାୟତାରେ ବାବିନାଙ୍କ ଉକ୍ତ ବ୍ୟବସାୟିକ ଆଡ୍ଡାକୁ ଡ୍ରୋଜର ସାହାଯ୍ୟରେ ମାଟିରେ ମିଶାଇଛି। ବାବିନାଙ୍କ ଘର ପୁରୀ ଜିଲା ବ୍ରହ୍ମପୁର ଅଞ୍ଚଳରେ ହୋଇଥିବାବେଳେ ସେ କିଛିବର୍ଷ ହେଲା ଭୁବନେଶ୍ୱରେ ରହି ବ୍ୟବସାୟ କରୁଥିଲେ। ତାଙ୍କ ନାମରେ ପୁରୀର ବିଭିନ୍ନ ଥାନାରେ ୫ରୁ ଊର୍ଦ୍ଧ୍ୱ ଆପରାଧିକ ମାମଲା ରହିଛି। ଏହି ମାମଲାରେ ହତ୍ୟା, ଆର୍ମସ ଆକ୍ଟ, ଲୁଟ୍ ଆଦି ରହିଛି। ତେବେ ବାବିନା ତାଙ୍କ ବ୍ୟବସାୟିକ ସ୍ଥଳରେ ସ୍ଥାନୀୟ ଅପରାଧୀଙ୍କ ସହ ମିଶି ଖଟି କରୁଥିଲେ। ଏପରିକି ସେଠାରୁ ଅପରାଧ କରିବାକୁ ଯୋଜନା କରୁଥିଲେ ବୋଲି ପୋଲିସ ଜାଣିବାକୁ ପାଇବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
ସୂଚନାନୁସାରେ, ଗତ ୧୮ ତାରିଖ ସକାଳେ ବରମୁଣ୍ଡା ଅଞ୍ଚଳର ନବଘନ ନାକାଗେଟ୍ ପଟୁ ଖଣ୍ଡଗିରି ଅଭିମୁଖେ ଯାଉଥିବା ସମୟରେ ଅଭିଯୁକ୍ତ ବାବିନା ଓ ତାଙ୍କ ସହଯୋଗୀ ଖଣ୍ଡା ଧରି ଦୁଇଟି ମୋଟରସାଇକେଲରେ ତାଙ୍କର ପିଛା କରିଥିଲେ। ପରେ ନବଘନ ଖଣ୍ଡଗିରି ଛକ ନିକଟ ଏକ ଦୋକାନରେ ଚା’ ପିଉଥିବାବେଳେ ଶଶାଙ୍କ ଶେଖର ଓ ଅନ୍ୟ ଅଭିଯୁକ୍ତମାନେ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଏଥିରେ ନବଘନ ଗୁରୁତର ଆହତ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏନେଇ ପୋଲିସ ଏକ ମାମଲା (ନଂ.୧୧୭/୨୦୨୩) ରୁଜୁ କରି ବାବିନାଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଥିଲା।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

