‘ଅଭିଯୋଗକାରୀଙ୍କୁ ସୁରକ୍ଷା ଦିଆଯିବ’

ବାରିପଦା ଅଫିସ,୨୧।୭- ରାଜ୍ୟରେ ଦୁର୍ନୀତିକୁ ମୂଳୋପତ୍ାଟନ କରିବା ପାଇଁ ଲୋକାୟୁକ୍ତ ଗଠିତ ହୋଇଛି। ଏଥିରେ ରାଜ୍ୟର ସମସ୍ତ ଜନସାଧାରଣ ଦୁର୍ନୀତି ବିରୋଧରେ ଅଭିଯୋଗ କରିପାରିବେ। ଲୋକେ ବିନା ଭୟରେ ଅଭିଯୋଗ ଉପସ୍ଥାପନ କଲେ ପ୍ରଶାସନରେ ସ୍ବଚ୍ଛତା ଆସି ପାରିବ। ଅଭିଯୋଗକାରୀଙ୍କୁ ଲୋକୟୁକ୍ତଙ୍କ ପକ୍ଷରୁ ସୁରକ୍ଷା ଯୋଗାଇ ଦିଆଯିବ ବୋଲି ଶନବାର ବାରିପଦା ବନଖଣ୍ଡ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଲୋକାୟୁକ୍ତ ଅଧ୍ୟକ୍ଷ ଅଜିତ ସିଂ କହିଛନ୍ତି।
ଲୋକୟୁକ୍ତ ଅଧ୍ୟକ୍ଷ ସିଂ ଦିନିକିଆ ମୟୂରଭଞ୍ଜ ଗସ୍ତରେ ଆସି ବାରିପଦା ଶହୀିଦ ସ୍ମୃତି ଭବନଠାରେ ଆୟେଜେିତ ଏକ ସଚେତନତା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଜିଲା ଦୌରା ଜଜ୍‌ ସଞ୍ଜୟ ରଞ୍ଜନ ବହିଦାର, ମାନସ ରଞ୍ଜନ ତ୍ରୀପାଠୀ, ଜିଲା ଆରକ୍ଷୀ ଅଧୀକ୍ଷକ ଅବିନାଶ କୁମାର ଓ ଲେକାୟୁକ୍ତ ସଦସ୍ୟ ବୀରକିଶୋର ନାୟକ ଏବଂ ଡ.ଦେବବ୍ରତ ସ୍ବାଇଁ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଆଲୋଚନା ବେଳେ ଲୋକାୟୁକ୍ତ ଆଇନ- ୨୦୧୪ ସମ୍ପର୍କରେ ସେମାନେ ଲୋକଙ୍କୁ ସଚେତନ କରାଇଥିଲେ। ପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଲୋକାୟୁକ୍ତ ଅଧ୍ୟକ୍ଷ ସିଂ କହିଥିଲେ, ଲୋକାୟୁକ୍ତଙ୍କ ନିକଟରେ କୌଣସି ଦର୍ନୀତି ସମ୍ପର୍କରେ ଅଭିଯୋଗ ହେଲେ ୬୦ ଦିନ ମଧ୍ୟରେ ଏହାର ତଦନ୍ତ କରାଯିବ। ଏହି ରିପୋର୍ଟ କୋର୍ଟକୁ ପ୍ରଦାନ କରାଯିବ। ୬ ମାସ ମଧ୍ୟରେ କୋର୍ଟ ରାୟ ଶୁଣାଇବେ। ଜନସାଧାରଣ ଲୋକାୟୁକ୍ତ ବ୍ୟବସ୍ଥା ଉପରେ ଭରସା ରଖି ଡାକ ଯୋଗେ ମଧ୍ୟ ସେସମାନଙ୍କ ଅଭିଯୋଗ ପଠାଇ ପାରିବେ। ଆଗକୁ ଅନ୍‌ଲାଇନ ମାଧ୍ୟମରେ ଲୋକେ ମଧ୍ୟ ଅଭିଯୋଗ କରି ପାରିବେ । ଏ ନେଇ ଆବଶ୍ୟକ ବ୍ୟବସ୍ଥା କରାଯାଉଛି। ଲୋକାୟୁକ୍ତ ଗଠନ ହେବା ପରଠାରୁ ଠାରୁ ଜୁଲାଇ ୧୮ ତାରିଖ ସୁଦ୍ଧା ୨୬୭ ଟି ଅଭିଯୋଗ ମିଳିଛି। ଏହାମଧ୍ୟରେ ପ୍ରଥମେ ସମ୍ବଲପୁର ଓ ପରେ ମୟୂରଭଞ୍ଜ ଜିଲାରେ ସଚେତନତା କାର୍ଯ୍ୟକ୍ରମ କରାଯାଉଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri