Posted inଖେଳ

ଅଭ୍ୟାସ ମ୍ୟାଚ୍‌: ପୂଜାରାଙ୍କ ଶତକ

ଆଣ୍ଟିଗୁଆ,୧୮।୮(ପି.ଟି.)- ସ୍ଥାନୀୟ କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ଓ୍ବେଷ୍ଟଇଣ୍ଡିଜ ଏ ଓ ଭ୍ରମଣକାରୀ ଭାରତ ମଧ୍ୟରେ ଏକ ୩ ଦିନିକିଆ ଅଭ୍ୟାସ ମ୍ୟାଚ୍‌ ଶନିବାର ଆରମ୍ଭ ହୋଇଛି। ଟସ୍‌ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ଦିବସ ଚା’ପାନ ବିରତି ପରେ ପରେ ଭାରତ ପ୍ରଥମ ଇନିଂସରେ ୭୧.୩ ଓଭରରେ ୪ ଉଇକେଟ ହରାଇ ୨୪୫ ରନ ସଂଗ୍ରହ କରିଛି। ହନୁମା ବିହାରୀ ୧୯ ଓ ରିଷଭ ପନ୍ତ ୨ ରନ କରି ବ୍ୟାଟିଂ ଜାରି ରଖିଛନ୍ତି। ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ୧୦୦ ରନର ଶତକୀୟ ପାଳି ଖେଳି ରିଟାୟାର୍ଡ ହର୍ଟ ହୋଇଛନ୍ତି। ପୂଜାରା ୧୮୭ଟି ବଲର ସମ୍ମୁଖୀନ ହୋଇ ୮ ଚୌକା ଓ ଗୋଟିଏ ଛକା ମାରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଓପନିଂ କରିବାକୁ ଆସିଥିବା ଲେକେଶ ରାହୁଲ ୩୬ ରନ କରି ଆଉଟ ହୋଇଥିବା ବେଳେ ମୟଙ୍କ ଅଗ୍ରଓ୍ବାଲ ୧୨ ରନ କରି ପ୍ୟାଭିଲିୟନ ଫେରିଥିଲେ। ଅଧିନାୟକ ଅଜିଙ୍କ୍ୟ ରାହାନେ ମାତ୍ର ୧ ରନ କରି ଆଉଟ ହେବା ସହ ନିରାଶ କରିଥିଲେ। ରୋହିତ ଶର୍ମା ୬୮ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ସେ ୧୧୫ଟି ବଲର ସମ୍ମୁଖୀନ ହୋଇ ୮ ଚୌକା ଓ ୧ ଛକା ମାରିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଜୋନାଥନ କାର୍ଟର ୨, କିଅନ ହାର୍ଡିଙ୍ଗ୍‌ ଓ ଅକିମ୍‌ ଫ୍ରାଜର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଛନ୍ତି। ଉଲ୍ଲେଖଥାଉ କି, ପୂର୍ବରୁ ଖେଳାଯାଇଥିବା ଟି୨୦ ସିରିଜ୍‌ରେ ଭାରତ ୩-୦ ବ୍ୟବଧାନରେ କ୍ଲିନ୍‌ ସୁଇପ୍‌ କରିଥିଲା। ସେହିପରି ଦିନିକିଆ ସିରିଜକୁ ମଧ୍ୟ ଭାରତ ୨-୦ରେ ହାତେଇଥିଲା।
ସଂକ୍ଷିପ୍ତ ସ୍କୋର:
ଭାରତ ପ୍ରଥମ ଇନିଂସ- ୭୧.୩ ଓଭରରେ ୨୪୫/୪
(ପୂଜରା- ୧୦୦, ରୋହିତ- ୬୮, ରାହୁଲ- ୩୬, କାର୍ଟର- ୨/୨୪, )


Enter your email to get our daily news in your inbox.

All Right Reserved By Dharitri.Com

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ସୃଷ୍ଟି ହେଲା ସୂର୍ଯ୍ୟ-ଗୁରୁଙ୍କ ଦ୍ୱିଦ୍ୱାଦଶ ଯୋଗ: ଆଜିଠୁ କର୍କଟ ସମେତ ଏହି ୪ ରାଶି ପାଇଁ ଗୋଲ୍‌ଡେନ୍‌ ସୁଯୋଗ, ଅଚାନକ ଧନଲାଭ

ଜ୍ୟୋତିଷ ଗଣନା ଅନୁସାରେ, ସେପ୍ଟେମ୍ବର ୭ ତାରିଖରେ ସୂର୍ଯ୍ୟ ଓ ଗୁରୁଙ୍କ ମଧ୍ୟରେ ଦ୍ୱିଦ୍ୱାଦଶ ଦୃଷ୍ଟି ଯୋଗ ଗଠିତ ହେଉଛି। ଦୁଇ ଗ୍ରହ ପରସ୍ପରଠାରୁ ଦ୍ୱିତୀୟ ଓ…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri