Posted inଜାତୀୟ

ଅମରନାଥ ଯାତ୍ରା: ୨୬ ବର୍ଷରେ ୧୪ ଆତଙ୍କବାଦୀ ଆକ୍ରମଣରେ ୬୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ ବେସ୍‌ କ୍ୟାମ୍ପଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ଗତ ୨୬ ବର୍ଷ ମଧ୍ୟରେ ଅମରନାଥ ଯାତ୍ରା ସମୟରେ ତୀର୍ଥଯାତ୍ରୀଙ୍କ ଉପରେ ୧୪ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୬୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତୀୟ ଗୋଇନ୍ଦା ବିଭାଗର ସତର୍କ ସୂଚନା ଆଧାରରେ ୪୦ ହଜାର ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ୧୯୮୦ରେ ଶେଷ ଭାଗରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ସକ୍ରିୟ ହେବା ଆରମ୍ଭ କରିଥିଲେ। ଏହାପରେ ୧୯୯୩ରେ ଆତଙ୍କବାଦୀ ସଂଗଠନ ହରକତ୍‌ ଉଲ୍‌ ଅଂସାର ଏବଂ ଲଶ୍କର-ଇ-ତୋଏବା ଦ୍ୱାରା ୨ଥର ଆକ୍ରମଣ ହୋଇଥିଲା। ଏଥିରେ ୩ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ୧୯୯୪ରେ ଅମରନାଥ ଯାତ୍ରୀଙ୍କ ଉପରେ ହୋଇଥିବା ଆକ୍ରମଣରେ ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା। ୧୯୯୫ରେ ୩ ଥର ଆତଙ୍କାବାଦୀ ଆକ୍ରମଣ ହୋଇଥିଲେ ମଧ୍ୟ କେହି ହତାହତ ହୋଇ ନ ଥିଲେ। ସେହିପରି ୧୯୯୬ରେ ହୋଇଥିବା ଆକ୍ରମଣରେ କୌଣସି କ୍ଷତି ଘଟି ନ ଥିଲା। ୨୦୦୦ ଅଗଷ୍ଟ ୨ରେ ହୋଇଥିବା ଆକ୍ରମଣରେ ୩୨ ଶ୍ରଦ୍ଧାଳୁ, ଦୋକାନୀ ତଥା ବାହକଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ୬୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ୨୦୦୧ ଜୁଲାଇ ୨୦ରେ ପହଲଗାମ ବେସ୍‌ କ୍ୟାମ୍ପ୍‌ ନିକଟରେ ଥିବା ଶେଷନାଗ ଲେକ୍‌ଠାରେ ତୀର୍ଥଯାତ୍ରୀ ଶିବିର ଉପରକୁ ହାତବୋମା ଫିଙ୍ଗାଯାଇଥିଲା। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ ଜଣ ଆହତ ହୋଇଥିଲେ। ୨୦୦୨ଅଗଷ୍ଟ ୬ରେ ଶ୍ରଦ୍ଧାଳୁଙ୍କ ଟ୍ୟାକ୍ସିକୁ ଟାର୍ଗେଟ୍‌ କରାଯାଇଥିଲା। ଏଥିରେ ୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୭ ଜଣ ଆହତ ହୋଇଥିଲେ। ୨୦୦୬ରେ ତୀର୍ଥଯାତ୍ରୀଙ୍କ ବସ୍‌ ଉପରେ ଗ୍ରେନେଡ୍‌ ମାଡ଼ କରାଯାଇଥିଲା। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ୧୧ ବର୍ଷ ପରେ ୨୦୧୭ ଜୁଲାଇ ୧୦ରେ ଅନନ୍ତନାଗଠାରେ ଆତଙ୍କବାଦୀ ତୀର୍ଥଯାତ୍ରୀ ବସ୍‌ ଉପରେ ଆଖିବୁଜା ଗୁଳି ଚଳାଇଥିଲେ। ଏଥିରେ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୩୨ ଜଣ ଆହତ ହୋଇଥିଲେ। ୨୦୧୮ରେ ୨ ଲକ୍ଷ ୮୫ ହଜାର ୬ ତୀର୍ଥଯାତ୍ରୀ ଅମରନାଥ ଯାତ୍ରାରେ ସାମିଲ୍‌ ହୋଇଥିଲେ। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଏହା ସମ୍ପନ୍ନ ହୋଇଥିଲା। ଅନୁରୂପ ଭାବେ ଚଳିତ ବର୍ଷ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri