ଅମାନିଆଙ୍କୁ ସାବଡ କରିଛି ରାଜ୍ୟ ପୋଲିସ: ମାସ୍କ ନ ପିନ୍ଧି ଦେଲେଣି ୧ କୋଟି ୨୫ଲକ୍ଷ ଟଙ୍କା

ଭୁବନେଶ୍ୱର,୧୨ା୬(ବ୍ୟୁରୋ)- କରୋନା ସଂକ୍ରମଣ ପ୍ରତିହତ କରିବାକୁ ରାଜ୍ୟ ସରକାର ଯଥା ସମ୍ଭବ ଚେଷ୍ଟା ଚଳାଇଛନ୍ତି। ଏପରି କି ଘରୁ ବାହାରକୁ ଗୋଡ଼ କାଢ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ହେଲେ କେତେକ ଅମାନିଆ ଏହାକୁ ନ ମାନି ବିନା ମାସ୍କରେ ଖୁଲମଖୁଲା ବୁଲୁଛନ୍ତି। ତେଣୁ ସାରା ରାଜ୍ୟରେ ପୋଲିସ ପକ୍ଷରୁ ମାସ୍କ ଯାଞ୍ଚକୁ ଜୋରଦାର କରାଯାଇଛି। ବଜାର ହେଉ ଅବା ପରିବାର ହାଟ ସବୁଠି ଚାଲିଛି ମାସ୍କ ଚେକିଂ। ଯେଉଁମାନେ ମାସ୍କ ନ ପିନ୍ଧି ବୁଲୁଛନ୍ତି ସେମାନଙ୍କ ଠାରୁ ପୋଲିସ ଜରିମାନା ଆଦାୟ କରୁଛନ୍ତି। ତେବେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଏପର୍ଯ୍ୟନ୍ତ ୧କୋଟି ୨୫ ଲକ୍ଷ ୮୪ହଜାର ଟଙ୍କା ଆଦାୟ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଭିଡ଼ିଓ କନ୍‌ଫରେନ୍ସ ବୈଠକରେ ଏହି ତଥ୍ୟ ଦେଇଛନ୍ତି ପୋଲିସ ଡିଜି ଅଭୟ। ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଉଛି। କେବଳ ମାସ୍କ ନୁହେଁ, ସାମାଜିକ ଦୂରତା ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କଠାରୁ ମଧ୍ୟ ଜରିମାନା ଆଦାୟ କରାଯାଉଛି ବୋଲି ଅଭୟ କହିଛନ୍ତି। ଏପର୍ଯ୍ୟନ୍ତ ସାମାଜିକ ଦୂରତା ଉଲ୍ଲଂଘନ ଅଭିଯୋଗରେ ୧୧ଲକ୍ଷ ୭୪ ହଜାର ୩୫୦ ଟଙ୍କା ଆଦାୟ କରାଯାଇଛି। ଏହାଛଡ଼ା ରାତ୍ରକାଳୀନ କର୍ଫ୍ୟୁବେଳେ ନିୟମ ଉଲ୍ଲଂଘନ କରି ବାହାରେ ବୁଲୁଥିବା ବ୍ୟକ୍ତିଙ୍କ ଠାରୁ ୧ଲକ୍ଷ ୩ହଜାର ଟଙ୍କା, ସାପ୍ତାହିକ ଲକ୍‌ଡାଉନ୍‌କୁ ଉଲ୍ଲଂଘନ କରିବା ଅଭିଯୋଗରେ ୩ ହଜାର ଟଙ୍କା ଆଦାୟ କରାଯାଇଛି ବୋଲି ଡିଜିପି ସୂଚନା ଦେଇଛନ୍ତି। ଆଗାମି ଦିନରେ ରାଜ୍ୟ ପୋଲିସ ପକ୍ଷରୁ ଏଭଳି ଯାଞ୍ଚ ଜାରି ରହିବ ବୋଲି ଡିଜିପି ଅଭୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri