‘ଅମ୍ଫନ୍‌’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍‌.ଏ.)/ଜଗତ୍‌ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍‌’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ୪ଟି ଜିଲା ପରିଦର୍ଶନ ଶେଷ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍‌ ୨ ଭାଗରେ ବିଭକ୍ତ ହୋଇ ୨ ଦିନ ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର ଏବଂ ଭଦ୍ରକ ଜିଲା ଗସ୍ତ ଶେଷ କରିଛନ୍ତି। ଗୁରୁବାର ଟିମ୍‌-ଏ ବାଲେଶ୍ୱର ଏବଂ ଟିମ୍‌-ବି କେନ୍ଦ୍ରାପଡା ଜିଲା ଗସ୍ତକରି କ୍ଷୟକ୍ଷତି ଆକଳନ କରିଥିବା ବେଳେ ଶୁକ୍ରବାର ଟିମ୍‌-ଏ ଭଦ୍ରକ ଓ ଟିମ୍‌-ବି ଜଗତସିଂହପୁର ଜିଲା ଗସ୍ତ କରିଥିଲେ। କେନ୍ଦ୍ରୀୟ ଟିମ୍‌ର ସଦସ୍ୟମାନେ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚି ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କ ସହ ବାତ୍ୟା କ୍ଷୟକ୍ଷତି ନେଇ ଆଲୋଚନା କରିଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରିଲିଫ ଓ ଥଇଥାନ ପାଇଁ କେନ୍ଦ୍ରୀୟ ଟିମ୍‌କୁ ୨୦୧ କୋଟି ଟଙ୍କାର ଦାବିପତ୍ର ପ୍ରଦାନ କରାଯାଇଥିଲା।
୪ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ଭଦ୍ରକ ଗସ୍ତରେ ଆସି ଧାମରା ବନ୍ଦର ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ଅଧିକାରୀମାନଙ୍କ ସହ ବୈଠକ କରିଥିଲେ। ଜିଲାପାଳ ଜ୍ଞାନରଞ୍ଜନ ଦାସ ଜିଲାରେ ହୋଇଥିବା କ୍ଷୟକ୍ଷତି ବିଷୟରେ କେନ୍ଦ୍ରୀୟ ଟିମ୍‌କୁ ଅବଗତ କରାଇଥିଲେ। ଜିଲାରେ ମୋଟ୍‌ ୬୪ କୋଟି ୨୨ ଲକ୍ଷ ୯୬ ହଜାର ଟଙ୍କାର କ୍ଷୟକ୍ଷତି ହୋଇଥିବା ସେ ସୂଚନା ଦେଇଥିଲେ। ଏହାପରେ ଟିମ୍‌ ଚାନ୍ଦବାଲି ବ୍ଲକର ଧାମରା ସନ୍ନିକଟ ଦୋସିଙ୍ଗା, କାଳୀନାଳୀ, ଚନ୍ଦନୀପାଳ, କଇଥଖୋଲା, ଜୟଦୁର୍ଗାପାଟଣା, ଜାଗୁଳା ପଞ୍ଚାୟତର ନଦୀକୂଳିଆ ଗାଁଗୁଡ଼ିକ ବୁଲି କ୍ଷୟକ୍ଷତି ଦେଖିଥିଲେ। ସେହିପରି ଟିମ୍‌-ବି ପ୍ରତିନିଧି ଦଳ ଜଗତସିଂହପୁର ଜିଲାର ପାରାଦୀପ, କୁଜଙ୍ଗ ଓ ଏରସମା ଅଞ୍ଚଳ ବୁଲି କ୍ଷୟକ୍ଷତି ଆକଳନ କରିଥିଲେ। ଜିଲାରେ ୧୧ କୋଟି ୩୪ ଲକ୍ଷ ୭୫ ହଜାର ଟଙ୍କାର କ୍ଷୟକ୍ଷତି ହୋଇଥିବା ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ରିପୋର୍ଟ ପ୍ରଦାନ କରିଥିଲେ। କେନ୍ଦ୍ରୀୟ ଟିମ୍‌ ପ୍ରଥମେ ପାରାଦୀପ ମାଛଧରା ବନ୍ଦର ପରିଦର୍ଶନ କରି କ୍ଷତି ହୋଇଥିବା ଡଙ୍ଗାଗୁଡ଼ିକ ଦେଖିବା ସହ ମତ୍ସ୍ୟଜୀବୀଙ୍କ ସହ ଆଲୋଚନା କରିଥିଲେ। ଏହାପରେ କୁଜଙ୍ଗ ବ୍ଲକ ପାରାଦୀପଗଡ଼ ପଞ୍ଚାୟତର ଚାନ୍ଦିନୀ ଗ୍ରାମ, ନୂଆଗଡ଼ ପଞ୍ଚାୟତର ଗୋବିନ୍ଦ ଚନ୍ଦ୍ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଏରସମା ବ୍ଲକର ଜପା, ଢିଙ୍କିଆ ଓ ଗଡ଼କୁଜଙ୍ଗ ପଞ୍ଚାୟତ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri