‘ଅମ୍ଫନ୍‌’ରେ ୧୦ ଜିଲା ପ୍ରଭାବିତ: ପ୍ରାଥମିକ ରିପୋର୍ଟରେ ଜୀବନହାନୀ ନେଇ ନାହିଁ ସୂଚନା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟା ‘ଅମ୍ଫନ୍‌’ରେ ରାଜ୍ୟର ୧୦ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ ୯୨ ବ୍ଲକର ୯୮୩୩ ଗାଁ, ୨୨ ପୌରାଞ୍ଚଳର ୨୭୨ ଓ୍ବାର୍ଡ ପ୍ରଭାବିତ ହୋଇଛି। ବାତ୍ୟାରେ ରାଜ୍ୟର ମୋଟ ୪୪ ଲକ୍ଷ ୪୪ ହଜାର ୮୯୬ ଲୋକ ପ୍ରଭାବିତ ହୋଇଛନ୍ତି। ଏଥିରେ ୫ଶହ ଘର ଭାଙ୍ଗିଛି, ୧୫ହଜାର ଘର ଆଶିଂକ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟାରେ ୨୮ ବଡ଼ ପଶୁ, ୯ ଛୋଟ ପଶୁ, ୩୬୮୦ କୁକୁଡ଼ାଙ୍କ ମୃତ୍ୟୁ ଘଟିଛି। ତେବେ ବାତ୍ୟାରେ କୌଣସି ମଣିଷଙ୍କ ଜୀବନ ଯାଇଥିବା ସୂଚନା ମିଳିନାହିଁ। ୩୪ କିମି ୩୩ କେଭି, ୪୫୩ କିମି ୧୧ କେଭି ବିଦ୍ୟୁତ୍‌ ନଷ୍ଟ ହୋଇଛି। ୬୮୦ କିମି ଏଲ୍‌ଟି ଲାଇନ୍‌, ୨୪୩୯ ଟ୍ରାନ୍ସଫର୍ମର ନଷ୍ଟ ହୋଇଛି। ୧୪ଟି ମାଛଧରା ଡଙ୍ଗା ସମ୍ପୂର୍ଣ୍ଣ ଭାଙ୍ଗିଛି, ୪୧ଟି ଆଶିଂକ କ୍ଷତିଗ୍ରସ୍ତ ହୋଇଛି। ୪ହଜାର ବିଭିନ୍ନ ଗଛ ଓ ୨ହଜାର ଝାଉଁ ଗଛ ନଷ୍ଟ ହୋଇଛି। ୧୫୧ କିମି ରାସ୍ତା କ୍ଷତିଗ୍ରସ୍ତ ହୋଇଛି। ୪୨ଟି ପୋଲ ଭାଙ୍ଗିଥିବା ରିପୋର୍ଟ ମିଳିଛି। ସେହିଭଳି ୬୪୬ ଅଙ୍ଗନଓ୍ବାଡି କେନ୍ଦ୍ର, ୧୫୫୨ ସ୍କୁଲ କୋଠା ଭାଙ୍ଗିଛି। ବାତ୍ୟାରେ ୨୯୮ ପଞ୍ଚାୟତ କୋଠା ମଧ୍ୟ ଭାଙ୍ଗିଛି। ବାତ୍ୟାରେ ପ୍ରାୟ ୧ ଲକ୍ଷ ହେକ୍ଟର ଚାଷ ଜମି କ୍ଷତି ହୋଇଥିବା ଆକଳନ କରାଯାଇଛି। ପ୍ରାଥମିକ ଆକଳନ ଅନୁସାରେ ୧ ଲକ୍ଷ ହେକ୍ଟର ଫସଲ କ୍ଷତି ହୋଇଛି। ୨୬ ତାରିଖ ସୁଦ୍ଧା ଚୁଡ଼ାନ୍ତ ରିପୋର୍ଟ ଆକଳନ ହୋଇଯିବା ନେଇ ସରକାରଙ୍କ ପକ୍ଷରୁ ଶନିବାର କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri