ଅମ୍ଫନ୍‌ ପ୍ରଭାବରେ ପ୍ରବଳ ବର୍ଷା,ପବନ: ବିଭିନ୍ନ ସ୍ଥାନରେ ଉପୁଡ଼ିଲା ଗଛ

ବାରିପଦା ଅଫିସ,୨୦ା୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଅମ୍ଫନ୍‌ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ପବନ ସାଙ୍ଗକୁ ବର୍ଷା ଜାରି ରହିଛି। ବୁଧବାର ଭୋର୍‌ ୩ଟାରୁ ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ପବନ ଲାଗିରହିଛି। ଜିଲାର ୨୬ଟି ବ୍ଲକ ମଧ୍ୟରୁ ରାସଗୋବିନ୍ଦପୁର, ମୋରଡ଼ା, ବାରିପଦା, ବେତନଟୀ, ଉଦଳା, କପ୍ତିପଦା, ଶୁଳିଆପଦା ଓ ବଡ଼ସାହି ଆଦି ୮ଟି ବ୍ଲକ ଅଞ୍ଚଳ କ୍ଷତିଗ୍ରସ୍ତ ହେବାର ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ଏଠାରେ ସ୍ବତନ୍ତ୍ର ନଜର ରଖାଯାଇଛି। ସେହିଭଳି ଜିଲା ପ୍ରଶାସନ ପକ୍ଷରୁ ଘରୁ ନ ବାହାରିବା ପାଇଁ ଅନୁରୋଧ କରାଯାଇଛି। ବାତ୍ୟା ଅମ୍ଫନ ବିଷୟରେ କୌଣସି ସୂଚନା ପାଇଁ ଜିଲାର କଣ୍ଟ୍ରୋଲ ରୁମ୍‌ ନମ୍ବର ୦୬୭୯୨ – ୨୫୨୯୪୨କୁ ଯୋଗାଯୋଗ ପାଇଁ କୁହାଯାଇଛି। ଜିଲାର ସମସ୍ତ ସ୍ଥାନରେ ବର୍ଷା ସାଙ୍ଗକୁ ପ୍ରବନ ହୋଇଥିବା ବେଳେ ଖୁଣ୍ଟା, ବାରିପଦା ବ୍ଲକର କେତେକ ସ୍ଥାନରେ ପବନ ଯୋଗୁ ଗଛ ରାସ୍ତାରେ ପଡ଼ିଛି। ବାରିପଦା ସହର ବେଲଗାଡ଼ିଆଠାରେ ଏକ ଗଛ ଭାଙ୍ଗି ଜଣକ ଘର ଉପରେ ପଡ଼ିଥିବା ବେଳେ କୌଣସି କ୍ଷୟକ୍ଷତି ହୋଇନାହିଁ। ଜିଲାର ପାଖାପାଖି ୮୦୦ ଆଶ୍ରୟସ୍ଥଳୀରେ ୮୫୦୦ ଲୋକଙ୍କୁ ରଖାଯାଇଥିବା ନେଇ ଜିଲା ଜରୁରିକାଳୀନ ଅଧିକାରୀ ସୁଜୟ କୁମାର ପତି ସୂଚନା ଦେଇଛନ୍ତି।
ବାତ୍ୟା ଅମ୍ଫନ୍‌ ମୁକାବିଲା ପାଇଁ ଜିଲାର ୨୦ ଜଣିଆ ଟିମ୍‌କୁ ନେଇ ଏକ ଏନ୍‌ଡିଆରଏଫ୍‌ ଟିମ୍‌ ପ୍ରସ୍ତୁତ ରହିଛନ୍ତି। ସେହିଭଳି ୪ଟି ଓଡ଼୍ରାଫ ଟିମ୍‌ ଓ ଜିଲାର ୨୫ଟି ଅଗ୍ନ୍ନିଶମର କେନ୍ଦ୍ରର କର୍ମଚାରୀମାନେ ସଜାଗ ହୋଇ ରହିଛନ୍ତି। ଜିଲାର ବିଭିନ୍ନ ସ୍ଥାନରେ ଗଛ ପଡ଼ିଥିବା ବେଳେ ତାହାକୁ କଟା ଯାଇ ରାସ୍ତାକୁ ସଫା କରାଯାଉଛି। ସେହିଭଳି ପ୍ରଶାସନ ପକ୍ଷରୁ ଆଶ୍ରୟସ୍ଥଳୀରେ ଥିବା ଲୋକମାନଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ କରାଯାଉଛି। ଗୃହପାଳିତ ପଶୁମାନଙ୍କୁ ମଧ୍ୟ ସୁରକ୍ଷିତ ସ୍ଥାନରେ ରଖାଯାଇ ପ୍ରଶାସନ ପକ୍ଷରୁ ସେମାନଙ୍କୁ ଖାଦ୍ୟ ପ୍ରଦାନ କରାଯାଉଛି। ଜିଲାରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri