‘ଅମ୍ଫନ’ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପାଇଁ ଦାବିପତ୍ର

ବାଲିଆପାଳ,୨୭।୫(ସ୍ବ.ପ୍ର.)- ଅମ୍ଫନ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ ସହାୟତା ପ୍ରଦାନ ପାଇଁ ଚାଷୀ ଏକତା ମଞ୍ଚ ଓ ଉପକୂଳ ଭିଟାମାଟି ସୁରକ୍ଷା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବାଲିଆପାଳ ତହସିଲଦାର ଦୀପକ କୁମାର ଦାସଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଗତ ୨୦ତାରିଖରେ ହୋଇଥିବା ବାତ୍ୟା ଅମ୍ଫନ ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂପୁର ଜିଲାରେ ବ୍ୟାପକ କ୍ଷୟକ୍ଷତି କରାଇଛି। ବାଲେଶ୍ୱର ଜିଲାର ବାଲିଆପାଳ, ଭୋଗରାଇ, ବସ୍ତା, ଜଳେଶ୍ୱର, ସଦର, ବହାନଗା ଅଞ୍ଚଳରେ ହଜାର ହଜାର ଏକର ଡାଳୁଅଧାନ, ମୁଗବିରି, ଚିନାବାଦାମ ଚାଷ ସମ୍ପୂର୍ଣ୍ଣ ଉଜୁଡି ଯାଇଛି। ଏଥିସହିତ ଏହିସବୁ ଅଞ୍ଚଳରେ ୫ହଜାରରୁ ଅଧିକ ପାନବରଜ ମାଟିରେ ମିଶିଯାଇଛି। ଶହଶହ ସଂଖ୍ୟାରେ ଥିବା ଚାଳଘର ଛପର ଉଜୁଡ଼ିଯାଇଛି। ସରକାର ତୁରନ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ବିହନ, ସାର, ଔଷଧ, ଯୋଗାଇଦେବା ସହିତ ପାନଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବାକୁ ଦାବି ହୋଇଛି। ସେହିପରି କ୍ଷତିଗ୍ରସ୍ତ ଘରକୁ ତୁରନ୍ତ ପଲିଥିନ ଏବଂ ନୂତନ ଘର ତୋଳିବାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସ୍ବତନ୍ତ୍ର ଅନୁଦାନ ଯୋଗାଇଦେବାକୁ ଚାଷୀ ଏକତା ମଞ୍ଚର ସଭାପତି ଅରୁଣ ଜେନା, ସୂଚନା ଅଧିକାର ଅଭିଯାନର ଆବାହକ ଅନୁଜ ମହାପାତ୍ର,ଗଣଚେତନା ମଞ୍ଚର ସଭାପତି କୁଶଧ୍ୱଜ ଜେନା, ନିର୍ମାଣ ଶ୍ରନିକ ସଂଘର ମୃତ୍ୟୁଞ୍ଜୟ ରାଉତ, ନାଗରିକ ସୁରକ୍ଷା କମିଟିର ଆକବର ସାହା, ଧନଞ୍ଜୟ ଜେନା, ଗୋପାଳ ଚନ୍ଦ୍ର ମହାଳିକ, ଦେବେନ୍ଦ୍ର ଦାସ ପ୍ରମୁଖ ସରକାରଙ୍କ ଠାରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର…

ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ

କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ…

ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ…

ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍‌କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri