Posted inଜାତୀୟ

ଅଯୋଗ୍ୟ ବିଧାୟକଙ୍କୁ ଭାଜପାର ଟିକେଟ୍‌ ଲୋଭ

ବେଙ୍ଗାଲୁରୁ, ୧ା୧୦(ପି.ଟି.): ଅଯୋଗ୍ୟ ଘୋଷିତ କଂଗ୍ରେସ ଓ ଜେଡିଏସ୍‌ ବିଧାୟକଙ୍କୁ ମନାଇବା ଲାଗି ଭାଜପା ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଯଦି ସମସ୍ତ ୧୫ ଅଯୋଗ୍ୟ ଘୋଷିତ ବିଧାୟକ ଚାହିଁବେ ଦଳରେ ସାମିଲ ହୋଇ ଆଗାମୀ ଉପନିର୍ବାଚନ ଲାଗି ଭାଜପାରୁ ପ୍ରାର୍ଥୀ ହୋଇପାରିବେ ବୋଲି କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟୋଦୁରାପ୍ପା ସୋମବାର ପ୍ରକାଶ କରିଛନ୍ତି। ଭାଜପା ଅଧ୍ୟକ୍ଷ ଅମିତ ଶାହ ଏହା ଚାହୁଁଥିବା ସେ ମତ ଦେଇଛନ୍ତି। ଗତ ଜୁଲାଇ ମାସରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ବିରୋଧରେ ଏମାନେ ସ୍ବର ଉତ୍ତୋଳନ କରିଥିଲେ। ସରକାର ପତ୍ତନ ପରେ ଭାଜପା କ୍ଷମତାସୀନ ହେବା ଲାଗି ରାସ୍ତା ଫିଟିଥିଲା। ସେମାନଙ୍କ ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପା ପକ୍ଷରୁ ଚତୁରତାର ସହ ଗୋଟିଚାଳନା କରାଯାଇଛି। ଦଳରେ ଏକାଧିକ ପରାଜିତ ଓ ନବାଗତ ପ୍ରାର୍ଥୀଙ୍କୁ ଅଣଦେଖା କରି ଅଯୋଗ୍ୟ ଘୋଷିତ ବିଧାୟକଙ୍କୁ ସୁଯୋଗ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ପରେ ଅସନ୍ତୋଷ ବଢିବାରେ ଲାଗିଛି। ତେବେ ଅସନ୍ତୁଷ୍ଟଙ୍କୁ ବିଭିନ୍ନ କର୍ପୋରେଶନ ଓ ବୋର୍ଡରେ ଅବସ୍ଥାପିତ କରାଯାଇ ପାରିବ ବୋଲି ୟୁଦୁରାପ୍ପା କହିଛନ୍ତି। ଶିମୋଗା ଜିଲା ଶିକାରୀପୁର ବାସଭବନରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କିଛି ଦ୍ୱନ୍ଦ୍ୱ ନାହିଁ। ସେମାନେ ଚାହିଁଲେ ସମସ୍ତ ୧୫ଙ୍କୁ ଦଳ ଟିକେଟ ଦେବାକୁ ପ୍ରସ୍ତୁତ। ସେମାନଙ୍କ ବିଜୟ ଲାଗି ଭାଜପା ପଦକ୍ଷେପ ନେବ। ଦଳ ପ୍ରତି ସେମାନେ ଆସ୍ଥା ରଖିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri