Posted inଜାତୀୟ

ଅଯୋଗ୍ୟ ବିଧାୟକଙ୍କୁ ଭାଜପାର ଟିକେଟ୍‌ ଲୋଭ

ବେଙ୍ଗାଲୁରୁ, ୧ା୧୦(ପି.ଟି.): ଅଯୋଗ୍ୟ ଘୋଷିତ କଂଗ୍ରେସ ଓ ଜେଡିଏସ୍‌ ବିଧାୟକଙ୍କୁ ମନାଇବା ଲାଗି ଭାଜପା ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଯଦି ସମସ୍ତ ୧୫ ଅଯୋଗ୍ୟ ଘୋଷିତ ବିଧାୟକ ଚାହିଁବେ ଦଳରେ ସାମିଲ ହୋଇ ଆଗାମୀ ଉପନିର୍ବାଚନ ଲାଗି ଭାଜପାରୁ ପ୍ରାର୍ଥୀ ହୋଇପାରିବେ ବୋଲି କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟୋଦୁରାପ୍ପା ସୋମବାର ପ୍ରକାଶ କରିଛନ୍ତି। ଭାଜପା ଅଧ୍ୟକ୍ଷ ଅମିତ ଶାହ ଏହା ଚାହୁଁଥିବା ସେ ମତ ଦେଇଛନ୍ତି। ଗତ ଜୁଲାଇ ମାସରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ବିରୋଧରେ ଏମାନେ ସ୍ବର ଉତ୍ତୋଳନ କରିଥିଲେ। ସରକାର ପତ୍ତନ ପରେ ଭାଜପା କ୍ଷମତାସୀନ ହେବା ଲାଗି ରାସ୍ତା ଫିଟିଥିଲା। ସେମାନଙ୍କ ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପା ପକ୍ଷରୁ ଚତୁରତାର ସହ ଗୋଟିଚାଳନା କରାଯାଇଛି। ଦଳରେ ଏକାଧିକ ପରାଜିତ ଓ ନବାଗତ ପ୍ରାର୍ଥୀଙ୍କୁ ଅଣଦେଖା କରି ଅଯୋଗ୍ୟ ଘୋଷିତ ବିଧାୟକଙ୍କୁ ସୁଯୋଗ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ପରେ ଅସନ୍ତୋଷ ବଢିବାରେ ଲାଗିଛି। ତେବେ ଅସନ୍ତୁଷ୍ଟଙ୍କୁ ବିଭିନ୍ନ କର୍ପୋରେଶନ ଓ ବୋର୍ଡରେ ଅବସ୍ଥାପିତ କରାଯାଇ ପାରିବ ବୋଲି ୟୁଦୁରାପ୍ପା କହିଛନ୍ତି। ଶିମୋଗା ଜିଲା ଶିକାରୀପୁର ବାସଭବନରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କିଛି ଦ୍ୱନ୍ଦ୍ୱ ନାହିଁ। ସେମାନେ ଚାହିଁଲେ ସମସ୍ତ ୧୫ଙ୍କୁ ଦଳ ଟିକେଟ ଦେବାକୁ ପ୍ରସ୍ତୁତ। ସେମାନଙ୍କ ବିଜୟ ଲାଗି ଭାଜପା ପଦକ୍ଷେପ ନେବ। ଦଳ ପ୍ରତି ସେମାନେ ଆସ୍ଥା ରଖିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri