Posted inଜାତୀୟ

ଅଯୋଧ୍ୟା ମଧ୍ୟସ୍ଥ କମିଟି ରିପୋର୍ଟ ଦାଖଲ: ସୁପ୍ରିମକୋର୍ଟରେ ଶୁଣାଣି ଆଜି

ନୂଆଦିଲ୍ଲୀ, ୨।୮(ପି.ଟି.):ସୁପ୍ରିମକୋର୍ଟରେ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଶୁଣାଣି ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ରେ ହେବ। ଅଦାଲତଙ୍କ ହ୍ବାରା ନିଯୁକ୍ତ ମଧ୍ୟସ୍ଥ କମିଟି ସୋମବାର ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଅନ୍ତରୀଣ ରିପୋର୍ଟ ଜଉମୁଦା ଲଫାପାରେ ଦାଖଲ କରିଥିଲେ। ଶୁକ୍ରବାର ସର୍ବୋଚ୍ଚ ଅଦାଲତ ଉକ୍ତ ରିପୋର୍ଟ ଉପରେ ଶୁଣାଣି କରିପାରନ୍ତି ବୋଲି ଜଣାପଡିଛି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ, ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଅଶୋକ ଭୂଷଣ ଏବଂ ଏସ୍‌. ଅବଦୁଲ ନାଜିରଙ୍କୁ ନେଇ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠ ମାମଲାର ଶୁଣାଣି କରିବେ।
ଅଯୋଧ୍ୟା ଜମି ବିବାଦ ମାମଲା ଦୀର୍ଘଦିନ ହେଲା ଅଦାଲତରେ ବିଚାରାଧୀନ ଥିବାରୁ ମଧ୍ୟସ୍ଥତା ଜରିଆରେ ଏହାର ଆପୋସ ସମାଧାନ ଲାଗି ସୁପ୍ରିମକୋର୍ଟ ଗତ ମାର୍ଚ୍ଚରେ ଏକ କମିଟି ଗଠନ କରିଥିଲେ। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଏଫ୍‌.ଏମ୍‌.ଆଇ. କଲିଫୁଲ୍ଲାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିକୁ ମାର୍ଚ୍ଚ ୩ ସୁଦ୍ଧା ସମ୍ପୃକ୍ତ ପକ୍ଷମାନଙ୍କ ସହ ଆଲୋଚନା କରି ନିଷ୍ପତ୍ତି ଜଣାଇବାକୁ କୁହାଯାଇଥିଲା। ଉକ୍ତ କମିଟିରେ ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର ଓ ବରିଷ୍ଠ ଆଇନଜୀବୀ ଶ୍ରୀରାମ ପଞ୍ଚୁ ସଦସ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri