ମୁମ୍ବାଇ,୧୮।୧୧: ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଅଯୋଧ୍ୟା ଗସ୍ତ କରିବେ ନାହିଁ ବୋଲି ଜଣାପଡିଛି। ତେବେ ସୁରକ୍ଷା ଦୃଷ୍ଟିରୁ ସେ ଅଯୋଧ୍ୟା ଗସ୍ତ କରିବେ ନାହିଁ ବୋଲି ସୂଚନା ମିଳଛି। ଆହୁରି ମଧ୍ୟ ମହରାଷ୍ଟ୍ରରେ ସରକାର ଗଠନକୁ ନେଇ ବିଳମ୍ବ ହେଉଥିବାରୁ ଉଦ୍ଧବ ତାଙ୍କ ଅଯୋଧ୍ୟା ଗସ୍ତକୁ ବାତିଲ କରିଥିବା କୁହାଯାଉଛି। ତେବେ ଆସନ୍ତା ୨୪ରେ ସେ ଅଯୋଧ୍ୟା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟ ଦେଇଥିବା ରାୟ ପରେ ଉଦ୍ଧବ ଠାକରେ ଏହାର ପ୍ରଶଂସା କରିବା ସହ ସେଠାକୁ ଗସ୍ତ କରିବାକୁ କହିଥିଲେ। ହେଲେ ଏବେ ଏହାକୁ ବାତିଲ କରାଯାଇଛି। ସୂଚନାଯୋଗ୍ୟ, ଦୀର୍ଘ ଦଶନ୍ଧି ଧରି ଅଯୋଧ୍ୟା ମାମଲାକୁ ନେଇ ଶେଷରେ ସୁପ୍ରିମକୋର୍ଟ ସେଠାରେ ରାମ ମନ୍ଦିର ନିର୍ମାଣକୁ ଅନୁମତି ପ୍ରଦାନ କରିବା ସହ ବାବରି ମସଜିଦ ପାଇଁ ମଧ୍ୟ ଅଯୋଧ୍ୟାରେ ୫ ଏକର ଜମି ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏହି ରାୟକୁ ନେଇ ଏବେ ଅଲ୍ ଇଣ୍ଡିଆ ମୁସଲିମ ଲ ବୋର୍ଡ(ଏଆଇଏମ୍ପିଏଲ୍ବି)ପୁଣି ଥରେ କୋର୍ଟର ଦ୍ୱାରସ୍ଥ ହେବ ବୋଲି କହିଛି। ତେଣୁ ଅଯୋଧ୍ୟା ମାମଲାକୁ ନେଇ ଏବେବି ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ଥିବାରୁ ଉଦ୍ଧବ ତାଙ୍କ ଅଯୋଧ୍ୟା ଗସ୍ତକୁ ବାତିଲ କରିଛନ୍ତି।
କ୍ରିକେଟ କପ୍: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...
ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର
ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...
ତୃତୀୟ ଟି୨୦ରେ ଭାରତର ଦମ୍ଦାର ବିଜୟ: ୨-୧ରେ ସିରିଜ୍ ଅଗ୍ରଣୀ
ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍ ବାକି...
ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର
ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...
ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...
୧୧୭ ରନ୍ରେ ଅଟକିଲା ଦକ୍ଷିଣ ଆଫ୍ରିକା
ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ୧୧୭ ରନ୍ରେ ଅଲ୍ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍ର...
Archives


