Posted inଜାତୀୟ

ଅରୁଣାଚଳରେ ପୁଣି ଖଣ୍ଡୁ ସରକାର

ଇଟାନଗର, ୩୦ା୫(ପି.ଟି.): ଅରୁଣାଚଳ ପ୍ରଦେଶର ଦଶମ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ଭାଜପା ନେତା ପେମା ଖଣ୍ଡୁ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଦୋର୍ଜି ଖଣ୍ଡୁ କନ୍‌ଭେନଶନ ସେଣ୍ଟରରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟପାଳ ବ୍ରିଗେଡିୟର (ଅବସରପ୍ରାପ୍ତ) ବି.ଡି. ମିଶ୍ର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଉପମୁଖ୍ୟମନ୍ତ୍ରୀ ଚୋନା ମୈନଙ୍କ ସମେତ ୧୧ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ, ମେଘାଳୟ ମୁଖ୍ୟମନ୍ତ୍ରୀ କନ୍‌ରାଡ କେ ସଙ୍ଗମା, ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ନୈଫିଉ ରିଓ, ଓ୍ବାଇ ପାଟନ, ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ୍‌, ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ ସିଂ, ଭାଜପା ସାଧାରଣ ସମ୍ପାଦକ ରାମ ମାଧବ ପ୍ରମୁଖ ଯୋଗଦେଇଥିଲେ। ଖଣ୍ଡୁଙ୍କ ନୂଆ କ୍ୟାବିନେଟରେ ପୂର୍ବ ମନ୍ତ୍ରିମଣ୍ଡଳର ୬ ଜଣ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି। ସେମାନେ ହେଲେ ଚୌନା ମୈନ, ଓ୍ବାଙ୍ଗକି ଲୋଓ୍ବାଙ୍ଗ, ହୋନ୍‌ଚୁନ୍‌ ଗଣ୍ଡମ୍‌, କାମଲୁଙ୍ଗ ମୋସାଙ୍ଗ, ଅଲୋ ଲିବାଙ୍ଗ ଏବଂ ବାମାଙ୍ଗ ଫେଲିକ୍ସ। ଏହାବ୍ୟତୀତ ପୂର୍ବରୁ ଉପବାଚସ୍ପତି ଥିବା ଟୁମକେ ବାଗ୍ରାଙ୍କୁ ମଧ୍ୟ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଛି।
ପେମା ଖଣ୍ଡୁ ହେଉଛନ୍ତି ଅରୁଣାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦୋର୍ଜି ଖଣ୍ଡୁଙ୍କ ପୁଅ। ୨୦୧୧ ହେଲିକପ୍ଟର ଦୁର୍ଘଟଣାରେ ଦୋର୍ଜିଙ୍କ ପରଲୋକ ହୋଇଥିଲା। କ୍ରୀଡା ଓ ସଙ୍ଗୀତ ପ୍ରତି ଆଗ୍ରହୀ ଥିବା ପେମା ଖଣ୍ଡୁ ଅରୁଣାଚଳପ୍ରଦେଶ ରାଜନୀତିରେ ସ୍ବତନ୍ତ୍ର ସ୍ଥାନ ହାସଲ କରିପାରିଛନ୍ତି। ଏହି ଉତ୍ତରପୂର୍ବାଞ୍ଚଳ ରାଜ୍ୟରେ ପଦ୍ମ ଫୁଟାଇବାରେ ତାଙ୍କର ବଡ଼ ଭୂମିକା ରହିଛି। ପେମା ପ୍ରଥମେ ନୋବୁମ ତୁକିଙ୍କ ସରକାରରେ ଜଳସମ୍ପଦ ମନ୍ତ୍ରୀ ଭାବେ ଯୋଗଦେଇଥିଲେ। ୨୦୧୬ ଜୁଲାଇରେ ସେ ପ୍ରଥମେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ୫ ମାସ ମଧ୍ୟରେ ସେ ଓ ତାଙ୍କ ମନ୍ତ୍ରିମଣ୍ଡଳ ଦୁଇ ଥର ଦଳବଦଳ କରି କଂଗ୍ରେସରୁ ପିପୁଲ୍ସ ପାର୍ଟି ଅଫ୍‌ ଅରୁଣାଚଳ ଏବଂ ପରେ ଭାଜପାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri