ଅରୁଣ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଜଣାଶୁଣା ବ୍ୟବସାୟୀ ତଥା ଭୁବନେଶ୍ୱର ବାପୁଜୀ ନଗରସ୍ଥିତ ଷ୍ଟାର୍‌ ଅପ୍ଟିକୋ ଏବଂ ନେତ୍ର ମନ୍ଦିରର ମ୍ୟାନେଜିଂ ପାର୍ଟନର୍‌ ଅରୁଣ କିଶୋର ଶତପଥୀଙ୍କର ସୋମବାର ଦେହାନ୍ତ ହୋଇଯାଇଛି। ପୂର୍ବାହ୍ନ ୧୧ଟା ୫୦ରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ତାଙ୍କୁ ୭୧ବର୍ଷ ହୋଇଥିଲା। ଭିମଟାଙ୍ଗୀ ହାଉସିଂ ବୋର୍ଡ କଲୋନୀ ବାସିନ୍ଦା ଅରୁଣଙ୍କ ପୈତୃକ ଘର ପୁରୀ ଜିଲା ବଳଙ୍ଗା ଗ୍ରାମରେ ହୋଇଥିବା ବେଳେ ସେ ଭୁବନେଶ୍ୱରରେ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଭାବେ ପରିଚିତ ଥିଲେ। ତାଙ୍କ ସ୍ତ୍ରୀ ମନୋରମା ଶତପଥୀ, ଏକମାତ୍ର ପୁଅ ସତ୍ୟବ୍ରତ ଶତପଥୀ, ପୁତ୍ରବଧୂ ଆଶକ୍ତି ଶତପଥୀ ଓ ୩ ଝିଅ ବନ୍ଦନା ତ୍ରିପାଠୀ, ଈପ୍‌ସିତା ରଥ, ମଧୁସ୍ମିତା ହୋତା ଏବଂ ଜ୍ୱାଇଁ ଲିଙ୍ଗରାଜ ତ୍ରିପାଠୀ, ରତ୍ନାକର ରଥ, ହିମାଂଶୁ ହୋତା ଅଛନ୍ତି। ସାନ ଜ୍ୱାଇଁ ହିମାଂଶୁ ‘ଧରିତ୍ରୀ’ର ମାର୍କେଟିଂ ହେଡ୍‌ଭାବେ କାର୍ଯ୍ୟ କରନ୍ତି। ୫ଦିନ ତଳେ ଅରୁଣ ଫୁସ୍‌ଫୁସ୍‌ ଜନିତ ରୋଗରେ ପୀଡ଼ିତ ହୋଇ ହଠାତ୍‌ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ହେଲେ ସୋମବାର ପୂର୍ବାହ୍ନରେ ସେ ଇହଧାମ ତ୍ୟାଗ କରିଥିଲେ। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା। ପୁତ୍ର ସତ୍ୟବ୍ରତ ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri