ଅର୍ଥନୀତିକୁ ଗତିଶୀଳ ପାଇଁ ୪କ୍ଷେତ୍ରକୁ ଅଗ୍ରାଧିକାର: ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ଚୂଡ଼ାନ୍ତ ରିପୋର୍ଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): କରୋନା ମହାମାରୀର ପରବର୍ତ୍ତୀ ସମୟରେ ଅର୍ଥନୀତି କିପରି ଅଧିକ ଗତିଶୀଳ ହୋଇପାରିବ ସେନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମହାମାରୀର ମୁକାବିଲା ସହ ରାଜ୍ୟର ଅର୍ଥନୀତିକୁ ଗତିଶୀଳ କରିବା ଉପରେ ତର୍ଜମା କରାଯାଇଛି। ଏହାସହ ୪ଟି କ୍ଷେତ୍ର ଉପରେ ବିସ୍ତୃତ ତର୍ଜମା କରି ସରକାରଙ୍କୁ ଯଥାଶୀଘ୍ର ରିପୋର୍ଟ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ହୋଇଛି। ବୈଜ୍ଞାନିକ, ସାମାଜିକ କର୍ମୀ, ଅର୍ଥନୀତିଜ୍ଞ ଏବଂ ଉଚ୍ଚ ପଦାଧିକାରୀଙ୍କ ମତାମତକୁ ନେଇ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସମୂହ, ଜନସ୍ବାସ୍ଥ୍ୟ ଏବଂ ପର୍ଯ୍ୟଟନ ଶିଳ୍ପ କ୍ଷେତ୍ର ସମ୍ପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦିଆଯାଇଛି। ସରକାରଙ୍କୁ ରିପୋର୍ଟ ଦିଆଯିବା ପୂର୍ବରୁ ସମସ୍ତ ସମ୍ପୃକ୍ତ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ସହିତ ବିଚାରବିମର୍ଶ କରାଯିବ। ରାଜ୍ୟ ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ର ନୋଡାଲ୍‌ ଏଜେନ୍ସିଭାବେ ଦାୟିତ୍ବ ନିର୍ବାହ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହି ସମସ୍ତ କ୍ଷେତ୍ରକୁ କିପରି ଠିକ୍‌ଭାବେ ପରିଚାଳନା ଓ ମାର୍ଗଦର୍ଶନ କରାଯିବ ତା’ଉପରେ ଦାସବର୍ମା ଗୁରୁତ୍ବାରୋପ କରିଛନ୍ତି। ବିଭିନ୍ନ ପର୍ଯ୍ୟାୟର ଆଲୋଚନା ପରେ ଚୂଡ଼ାନ୍ତ ରିପୋର୍ଟ ରାଜ୍ୟ ଯୋଜନା ବୋର୍ଡର ଅଧ୍ୟକ୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରାଯିବ। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଯୋଜନା ଓ ସଂଯୋଜନା ବିଭାଗ ସ୍ବତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀ, ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀଜିତ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri