ଅର୍ଥନୀତିକୁ ପ୍ରୋତ୍ସାହନ;ପ୍ରଧାନମନ୍ତ୍ରୀ-ସୀତାରାମନ୍‌ ଆଲୋଚନା

ନୂଆଦିଲ୍ଲୀ,୧୭-୮: ଅର୍ଥନୀତିରେ ମାନ୍ଦାବସ୍ଥା ମାଡି ଆସୁଥିବା ବେଳେ ଏହାକୁ ରୋକିବା ଲାଗି ଉପାୟ ସ୍ଥିର କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ସହ ଆଲୋଚନା କରିଛନ୍ତି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଗୁରୁବାର ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଅର୍ଥମନ୍ତ୍ରୀ ସୀତାରାମନ୍‌ଙ୍କ ସହ ଅର୍ଥ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚତ୍ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଆଲୋଚନା କାଳରେ ଅର୍ଥନୀତିକୁ ଗତିଶୀଳ କରିବା ଲାଗି ପଦକ୍ଷେପ ନେବାକୁ ପ୍ରଧାନମନ୍ତ୍ରୀ ମୋଦି ନିର୍ଦ୍ଦେଶ ଦେଇଥିଲେ। ଶେୟାର ମାର୍କେଟ କ୍ରମାଗତ ହ୍ରାସ ପାଉଥିବା ବେଳେ ଅର୍ଥନୀତି ଧିମା ହେଉଥିବାରୁ ଏବଂ ଅଟୋ ସେକ୍ଟରକୁ ମାନ୍ଦାବସ୍ଥା ମାଡ ନେଇ ପ୍ରଧାନମନ୍ତ୍ରୀ ଚିନ୍ତାବ୍ୟକ୍ତ କରିଥିଲେ। ଏହାର ସମୀକ୍ଷା କରି ତୁରନ୍ତ ପଦକ୍ଷେପ ନେବାକୁ ସେ ଅର୍ଥମନ୍ତ୍ରୀ ସୀତାରାମନ୍‌ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଅର୍ଥନୀତିକୁ ଗତିଶୀଳ କରିବା ଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏକ ପ୍ୟାକେଜ ପ୍ରସ୍ତୁତି ଚାଲିଛି। ଏହାକୁ ଖୁବଶୀଘ୍ର ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri