ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଲା ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକ, ସବିଶେଷ ଜାଣନ୍ତୁ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଲୋକସେବା ଭବନରେ ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କରୋନା ମୁକାବିଲା ସର୍ମ୍ପକରେ ଆଲୋଚନା କରାଯାଇଥିବା ସୂଚନା ମିଳିଛି। ଆଗାମୀ ଦିନରେ କରୋନା ଟେଷ୍ଟିଂ ସୁବିଧାକୁ ଅଧିକ କରିବା ଉପରେ ଏଥିରେ ଆଲୋଚନା ହୋଇଛି। ତେବେ ବତ୍ତର୍ମାନ ଦିନକୁ ପ୍ରାୟ ୨ହଜାର ନମୂନା ପରୀକ୍ଷା କରାଯାଉଥିବା ବେଳେ ମାସ ଶେଷ ସୁଦ୍ଧା ୩ହଜାର ହୋଇପାରିବ। ମେଡିକାଲ କଲେଜରେ ଏହି ସୁବିଧା ଉପଲବ୍ଧ ହେବା ନେଇ ଆଲୋଚନା ହୋଇଛି। ଏହାଛଡ଼ା କେନ୍ଦ୍ର ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ପ୍ରସ୍ତାବ ଦିଆଯାଇଛି। ଯେଉଁ ଶ୍ରମିକମାନେ ବାହାରେ ଅଛନ୍ତି, ଲକ୍‌ଡାଉନ୍‌ ଖୋଲିବା ପରେ ଓଡ଼ିଶାକୁ ଆସିବେ। ତାଙ୍କ ପାଇଁ ରାଜ୍ୟ ସରକାର ବିଭିନ୍ନ ବ୍ୟବସ୍ଥା କରୁଛନ୍ତି। ହେଲେ ବାହାରେ ହିଁ ସେମାନଙ୍କର ନମୂନା ପରୀକ୍ଷା କରାଯିବା ଆବଶ୍ୟକ। ଏପରି ହେଲେ ଓଡ଼ିଶାକୁ ସେମାନେ ଆସିବା ଦ୍ୱାରା କୌଣସି ଅସୁବିଧା ହେବ ନାହିଁ। ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ ଏକ ପ୍ରସ୍ତାବ ଦିଆଯିବ। ଏହାପରେ କେନ୍ଦ୍ରର ଆଭିମୁଖ୍ୟ ଜଣାପଡ଼ିବ। ମାସ୍କ, ସାନିଟାଇଜର, ସ୍ବାସ୍ଥ୍ୟକର୍ମୀମାନଙ୍କ ପାଇଁ ଆବଶ୍ୟକ କିଟ୍‌ କେତେଦୂର ମହଜୁଦ ରହିଛିସେ ବିଷୟରେ ଆଲୋଚନା ହୋଇଛି। ପାଖାପାଖି ୪ରୁ ୫ମାସର ସାମଗ୍ରୀ ମହଜୁଦ ଥିବା କୁହାଯାଇଛି। ସ୍ବାସ୍ଥ୍ୟକର୍ମୀମାନଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ତଥାପି ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ହେଉଥିବା ଆକ୍ରମଣ ଉପରେ ଆଲୋଚନା ହୋଇଛି। ସେ୍‌ଥିପାଇଁ ରାଜ୍ୟ ସରକାର ପଦକ୍ଷେପ ଏବଂ ଘୋଷଣା ଉପରେ ଆଲୋଚନା ହୋଇଛି। ରାଜ୍ୟର ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁରରେ କରୋନା ସ୍ଥିତି ଚିନ୍ତା ବଢ଼ାଇଥିବାକୁ ନେଇ ମଧ୍ୟ ଆଲୋଚନା ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri