ଅର୍ଥ ଅଭାବରୁ ଭଉଣୀଙ୍କ ପାଇଁ ଘରେ ସୁନ୍ଦର ଗାଉନ୍‌ ତିଆରି କଲେ ଭାଇ

ମନିଲା,୨୦।୨: ଭଉଣୀ-ଭାଇଙ୍କ ମଧ୍ୟରେ ଥିବା ସମ୍ପର୍କ ସବୁଠାରୁ ନିଆରା ବୋଲି କୁହାଯାଏ। ସବୁ ଭାଇ ଭାବନ୍ତି ତାଙ୍କ ଭଉଣୀ ସବୁଠାରୁ ଭଲ। ଆଉ ଭଉଣୀଙ୍କ କଷ୍ଟ କୌଣସି ଭାଇ ସହଜରେ ହଜମ କରି ପାରନ୍ତି ନାହିଁ ବୋଲି ମଧ୍ୟ କୁହାଯାଏ। ଏବେ ଏମିତି ଏକ ଖବର ଫିଲିପାଇନ୍ସରୁ ଆସିଛି। ଏଠାରେ ଜଣେ ଭଉଣୀଙ୍କୁ ଖୁସି କରିବାକୁ ତାଙ୍କ ଭାଇ ଏକ ପ୍ରକାର ଫ୍ୟାଶନ ଡିଜାଇନର ପାଲଟି ଯାଇଛନ୍ତି କହିଲେ ଚଳେ। ଫିଲିପାଇନ୍ସରେ କଲଚର ଓ ଆର୍ଟସ୍‌ ପଢୁଥିବା ଛାତ୍ର ମାଭେରିକ ଫ୍ରାନସିସ୍‌କୋ ଓୟେଙ୍କ ଭଉଣୀ ଲୁ ଅସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାପାଇଁ ଗୋଟିଏ ନୂଆ ପୋଷାକ କିଣିବାକୁ କହିଥିଲେ। ହେଲେ ତାଙ୍କ ପୋଷାକ କିଣିବାକୁ ଅର୍ଥାଭାବ ଥିବାରୁ ଭାଇ ମାଭେରିକ ତାଙ୍କ ମାଆଙ୍କ ସହାୟତାରେ ଘରେ ଏକ ସୁନ୍ଦର ଗାଉନ୍‌ ପ୍ରସ୍ତୁତ କରିଥିଲେ। ବ୍ଲୁ ଓ ହ୍ବାଇଟ୍‌ କଲରର ଏହି ଗାଉନ୍‌ ଦେଖିବା ପରେ ସମସ୍ତେ କହିଥିଲେ ଏହା କୌଣସି ଫ୍ୟାଶନ ଡିଜାଇନର ତିଆରି କରିଛନ୍ତି। ପ୍ରକୃତରେ ଭଉଣୀଙ୍କୁ ଖୁସି କରିବାକୁ ଭାଇ ମାଭେରିକ ଯେ ଏକ ପ୍ରକାର ଫ୍ୟାଶନ ଡିଜାଇନର ପାଲଟିଗଲେ ତାହା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri