ଅର୍ବାନ କୋଅପରେଟିଭ୍‌ ବ୍ୟାଙ୍କ୍‌ ଋଣ ଠକେଇ: ୧୭ବର୍ଷ ପରେ ଆଉ ଜଣେ ଗିରଫ, ଜେଲ୍‌ ଗଲେ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଜାଲ୍‌ କାଗଜପତ୍ର ମାଧ୍ୟମରେ ବ୍ୟାଙ୍କରୁ ଋଣ ନେଇ ପରବର୍ତ୍ତୀ ସମୟରେ ଫେରାର ଥିବା ଅନ୍ୟତମ ଅଭିଯୁକ୍ତଙ୍କୁ ୧୭ବର୍ଷ ପରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବୁଧବାର ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗନ୍ଦିଆ ଥାନା ଅଧୀନ କୁସୁମ ତଳିଆ ଅଞ୍ଚଳର ବୁଦ୍ଧିମନ୍ତ ସାହୁ।
ସୂଚନାନୁସାରେ, ୧୯୯୫ରୁ ୨୦୦୧ ମଧ୍ୟରେ ଢେଙ୍କାନାଳସ୍ଥିତ ଅର୍ବାନ କୋଅପରେଟିଭ୍‌ ବ୍ୟାଙ୍କ୍‌ରୁ ୨୦ ଜଣଙ୍କୁ ୯୪.୪୨ ଲକ୍ଷ ଟଙ୍କା ଋଣ ଦିଆଯାଇଥିଲା। ବ୍ୟାଙ୍କର ତତ୍‌କାଳୀନ ସଭାପତି, ସମ୍ପାଦକ ଓ ନିର୍ଦ୍ଦେଶକଙ୍କ ଅନୁମୋଦନକ୍ରମେ ଏହି ଋଣ ମିଳିଥିଲା। ହେଲେ ପରବର୍ତ୍ତୀ ସମୟରେ ଋଣ ପରିଶୋଧ ନ ହେବାରୁ ୨୦୧୬ ସୁଦ୍ଧା ସୁଧକୁ ମିଶାଇ ଏହାର ପରିମାଣ ୩.୬୩ କୋଟିରେ ପହଞ୍ଚତ୍ଥିଲା। ଏନେଇ ଇଓଡବ୍ଲ୍ୟୁରେ ଅଭିଯୋଗ ହେବା ପରେ ତତ୍‌କାଳୀନ ଡିଏସ୍‌ପି ଗଣେଶଚନ୍ଦ୍ର ପ୍ରଧାନ ୧୧/୧୬ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ଜାଲ୍‌ କାଗଜପତ୍ରମାଧ୍ୟମରେ ଋଣ ନିଆଯାଇଥିବା ଜଣାପଡିଥିଲା। ପରେ ଏହି ଠକେଇରେ ସମ୍ପୃକ୍ତ ଥିବା ଅଭିଯୋଗରେ ତତ୍‌କାଳୀନ ବ୍ୟାଙ୍କ ସଭାପତି ସୁକାନ୍ତ ମିଶ୍ର, ସମ୍ପାଦକ ନିରଞ୍ଜନ କର ଓ ନିର୍ଦ୍ଦେଶକ ଭାରତ ଚନ୍ଦ୍ର ସାମଲ ଏବଂ ପଞ୍ଚାନନ ସ୍ବାଇଁଙ୍କ ସହ ୯ଜଣ ଋଣ ଗ୍ରହୀତାଙ୍କୁ ଗିରଫ କରାଯାଇଥିଲା।
ଅଭିଯୁକ୍ତ ବୁଦ୍ଧିମନ୍ତ ଜାଲ କାଗଜପତ୍ରରେ ବ୍ୟାଙ୍କ କର୍ମମର୍ତ୍ତାଙ୍କୁ ହାତେଇ ୩ ଲକ୍ଷ ଟଙ୍କା ଋଣ ନେଇଥିଲେ। ଋଣ ଟଙ୍କା ନ ଶୁଝିବାରୁ ୨୦୧୮ ସୁଦ୍ଧା ତାହା ବୃଦ୍ଧି ପାଇ ୧୦.୯୭ ଲକ୍ଷ ଟଙ୍କାରେ ପହଞ୍ଚତ୍ଥିଲା। ବୁଧବାର ଢେଙ୍କାନଳ ଅଞ୍ଚଳରେ ପୋଲିସ ଚଢାଉ କରି ଅଭିଯୁକ୍ତ ବୁଦ୍ଧମନ୍ତଙ୍କୁ ଗିରଫ ପରେ ତାଙ୍କୁ ଢେଙ୍କାନାଳ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭରାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri