Posted inଖେଳ

ଅଲିମ୍ପିକ୍ସ ସ୍ଥଗିତ ପାଇଁ ଗ୍ଲୋବାଲ ଆଥ୍‌ଲେଟ ଗ୍ରୁପ୍‌ର ଆହ୍ବାନ

ଟୋକିଓ, ୨୨ା୩ (ଏପି)- ମହାମାରୀ କରୋନା ଭାଇରସ୍‌ ଯେପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ନ ଆସିଛି, ସେ ପର୍ଯ୍ୟନ୍ତ ଟୋକିଓ ଅଲିମ୍ପିକ୍ସକୁ ସ୍ଥଗିତ ରଖିବା ଲାଗି ଗ୍ଲୋବାଲ୍‌ ଆଥ୍‌ଲେଟ୍ସ ଗ୍ରୁପ୍‌ ଆହ୍ବାନ କରିଛି। କୋଭିଡ୍‌-୧୯ର ପ୍ରସାରକୁ ରୋକିବା ଲାଗି ସମଗ୍ର ବିଶ୍ୱ ଏବେ ଏକ ହୋଇଛି। ଅନ୍ତର୍ଜାତୀୟ ଅଲିମ୍ପିକ କମିଟି ମଧ୍ୟ ତାହା ଅନୁସରଣ କରିବା ଉଚିତ ବୋଲି ରବିବାର ଗ୍ଲୋବାଲ ଆଥଲେଟ୍‌ ପକ୍ଷରୁ ଏକ ପ୍ରେସ୍‌ ରିଲିଜ୍‌ରେ କୁହାଯାଇଛି। ଇତିମଧ୍ୟରେ ବହୁ ଜଣାଶୁଣା ଆଥଲେଟ୍‌ ଅଲିମ୍ପିକ୍ସ ଆୟୋଜନ ନେଇ ଆଇଓସିର ବର୍ତ୍ତମାନ ଆଭିମୁଖ୍ୟକୁ ଖୋଲାଖୋଲି ନାପସନ୍ଦ କରିଛନ୍ତି। ଟୋକିଓ ଗେମ୍ସ ଜୁଲାଇ ୧୪ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଆଇଓସି ବାରମ୍ବାର ସଫେଇ ଦେଇ ଆସୁଛି ଯେ, ଏତେ ଆଗରୁ ଚୂଡ଼ାନ୍ତ ନିଷ୍ପତ୍ତି ନେଇ ହେବ ନାହିଁ। ଆଇଓସି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସହ ଯୋଗାଯୋଗରେ ରହିଛି। ସେଭଳି ପରିସ୍ଥିତି ଆସିଲେ ଯାହା ନିଷ୍ପତ୍ତି ନିଆଯାଇ ପାରେ। ଆୟର୍ଲାଣ୍ଡରେ ଅବସ୍ଥିତ ଗ୍ଲୋବାଲ ଆଥଲେଟିକ୍‌ର ପ୍ରତିଷ୍ଠାତା କାରାଧ୍‌ ଓ’ଡୋନୋଭାନ୍‌ କହିଛନ୍ତି, ଆଇଓସି ବର୍ତ୍ତମାନର ପରିସ୍ଥିତିକୁ ଗମ୍ଭୀରତାର ସହ ବିଚାର କରୁ ନାହିଁ। ଓ’ଡୋନୋଭାନଙ୍କର ଏକ କରାଟେ ଟ୍ରେନିଂ ସେଣ୍ଟର ରହିଛି। କରୋନା ଭାଇରସ୍‌ ଭୟ ଯୋଗୁ ତାଙ୍କ ଦେଶରେ କଟକଣା ଜାରି ହୋଇଛି। ଫଳତଃ ତାଙ୍କ କରାଟେ ଟ୍ରେନିଂ ସେଣ୍ଟରକୁ କିଛିଦିନ ବନ୍ଦ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri