Posted inଖେଳ

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ: ଫାଇନାଲରେ ଶିବ, ପୂଜା

ଟୋକିଓ,୩୦।୧୦(ପି.ଟି.)- ପୂର୍ବତନ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକଧାରୀ ଶିବ ଥପ୍ପା (୬୩ କେଜି) ଓ ପୂଜାରାଣୀ (୭୫ କେଜି) ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ବକ୍ସିଂ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଆଉ ଦୁଇ ବକ୍ସରଙ୍କୁ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ୪ ଥର ଏସିଆନ୍‌ ପଦକଧାରୀ ଶିବ କଡ଼ା ସଂଘର୍ଷପୂର୍ଣ୍ଣ ସେମିଫାଇନାଲରେ ଜାପାନର ଦାଇସୁକେ ନାରିମାତ୍‌ସୁଙ୍କୁ ହରାଇ ଦେଇଛନ୍ତି। ପୂର୍ବତନ ଏସିଆନ କ୍ରୀଡ଼ା ବ୍ରୋଞ୍ଜ ପଦକ ବିଜେତା ରାଣୀ ବ୍ରାଜିଲର ବେଟରିଜ ସୋଆରେସ୍‌ଙ୍କୁ ଏକତରଫା ବାଉଟ୍‌ରେ ଧୂଳି ଚଟାଇଛନ୍ତି। ରାଣୀ ଚଳିତ ବର୍ଷ ଏସିଆନ୍‌ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତିଥିଲେ। ପୂର୍ବତନ ଜୁନିୟର ବିଶ୍ୱ ଚାମ୍ପିୟନ ନିଖାତ ଜରିନ (୫୧ କେଜି) ଓ ବାଲିମ୍‌ପୁଆ (୭୫ କେଜି) ଯଥାକ୍ରମେ ନିଜ ନିଜ ସେମିଫାଇନାଲରେ ପରାଜୟ ବରଣ କରିଛନ୍ତି। ଏହି ଦୁଇ ବର୍ଗରେ ଖୁବ୍‌ କମ୍‌ ସଂଖ୍ୟାରେ ବକ୍ସର ଭାଗନେଇଥିବାରୁ ଉଭୟ ବକ୍ସର ବିନା କୌଣସି ମ୍ୟାଚ୍‌ରେ ସେମିଫାଇନାଲରେ ପ୍ରବେଶ କରିଥିଲେ। ଜରିନଙ୍କୁ ଜାପାନର ସାନା କାଓ୍ବାନୋ ହରାଇଥିଲାବେଳେ ବାଲିମ୍‌ପୁଆ ଘରୋଇ ଫେଭରାଇଟ୍‌ ୟୁଇତୋ ମୋରଓ୍ବାକିଙ୍କଠାରୁ ପରାସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri