Posted inଖେଳ

ଅଲିମ୍ପିକ୍‌ ଯୋଗ୍ୟତା ଲାଗି ସବୁ ପ୍ରକାର ସହଯୋଗ କରାଯିବ- କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଲୀ,୨୫।୬(ପିଟି)- ଅଲିମ୍ପିକ୍‌ ଯୋଗ୍ୟତା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି ନୂଆ କ୍ରୀଡ଼ାମନ୍ତ୍ରୀ କିରନ ରିଜୁଜି ମଙ୍ଗଳବାର ଏଫ୍‌ଆଇଏଚ୍‌ ହକି ସିରିଜ୍‌ ଫାଇନାଲ୍ସ ଟୁର୍ନାମେଣ୍ଟ ଚାମ୍ପିୟନ ମହିଳା ହକି ଦଳର ସଦସ୍ୟଙ୍କ ସହ ଆଲୋଚନା କରି କହିଛନ୍ତି। ଆୟୋଜକ ଜାପାନକୁ ୩-୧ ଗୋଲରେ ହରାଇ ଭାରତ ଚାମ୍ପିୟନ୍‌ ହୋଇଥିଲା। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୯ମ ସ୍ଥାନରେ ଥିବା ଭାରତୀୟ ଦଳ ଚଳିତ ବର୍ଷ ପରବର୍ତ୍ତୀ ଭାଗରେ ହେବାକୁ ଥିବା ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସରେ ପ୍ରତିଦ୍ୱନ୍ଦ୍ୱିତା କରିବ। ୧୪ ଦଳକୁ ନେଇ ଅନୁଷ୍ଠିତ ହେବାକୁ ଥିବା ଟୁର୍ନାମେଣ୍ଟ ଦ୍ୱିପାକ୍ଷୀକ ସିରିଜ୍‌ ଭିତ୍ତିରେ ଖେଳାଯିବ। ଭାରତୀୟ ମହିଳା ହକି ଦଳ ଭଲ ପ୍ରଦର୍ଶନ କରି ଆମକୁ ଗର୍ବିତ କରିଛନ୍ତି। ବ୍ୟକ୍ତିଗତ ଓ ଦଳଗତ ଇଭେଣ୍ଟ ଅଂଶଗ୍ରହଣ କରୁଥିବା ଖେଳାଳିଙ୍କୁ ମନ୍ତ୍ରଣାଳୟ ସମର୍ଥନ ଦେବ। ମୁଁ ବେଙ୍ଗାଲୁରୁସ୍ଥିତ ଟ୍ରେନିଂ ସେଣ୍ଟରକୁ ଯାଇ ସେମାନଙ୍କ କୋଚ୍‌ଙ୍କୁ ଭେଟିବି ଓ ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ବୁଝିବି। ଭାରତୀୟ ଦଳ ନିକଟରେ ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନ କରିବା ଲାଗି ଭଲ ସୁଯୋଗ ରହିଛି ବୋଲି ରିଜିଜୁ କହିଛନ୍ତି। ଭାରତୀୟ ମହିଳା ଦଳ ଦୁଇ ଥର ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଛି। ୧୯୮୦ରେ ଭାରତୀୟ ଦଳ ୪ର୍ଥ ସ୍ଥାନ ଅଧିକାର କରିଥିବାବେଳେ ୨୦୧୬ ନକ୍‌ଆଉଟ୍‌ ରାଉଣ୍ଡକୁ ପ୍ରବେଶ କରିପାରି ନ ଥିଲା। ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସେମିଫାଇନାଲ ଓ ଏସିଆନ୍‌ ଗେମ୍ସରେ ରୌପ୍ୟ ପଦକ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

IPL ମଧ୍ୟରେ ପ୍ରେମିକାଙ୍କ ସହ ଗୁରୁଦ୍ୱାର ପହଞ୍ଚିଲେ ଅର୍ଶଦୀପ, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା

ନୂଆଦିଲ୍ଲୀ,୧୪।୪: କ୍ରିକେଟର ଏବଂ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କ ସାଧାରଣ, ଅନେକ ପୁରୁଷ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ସଦ୍ୟତମ ପ୍ରକାଶିତ ବ୍ୟକ୍ତି ହେଉଛନ୍ତି ଅର୍ଶଦୀପ ସିଂହ,…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri