Posted inଖେଳ

ଅଲ୍‌ ଇଂଲଣ୍ଡ ଓପନ୍‌: ସିନ୍ଧୁଙ୍କ ବିଜୟ ଅଭିଯାନ

ବିର୍ମିଂହାମ, ୧୧।୩ (ପି.ଟି.)- ଅଲ୍‌ ଇଂଲଣ୍ଡ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଷ୍ଟାର୍‌ ଭାରତୀୟ ଖେଳାଳି ପି.ଭି. ସିନ୍ଧୁ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ବିଶ୍ୱ ମାନ୍ୟତାର ୬ଷ୍ଠ ସ୍ଥାନରେ ରହିଥିବା ସିନ୍ଧୁ ୨୧-୧୪, ୨୧-୧୭ ସିଧାସଳଖ ଗେମ୍‌ରେ ଆମେରିକାର ବଓ୍ବେିନ ଝାଙ୍ଗ୍‌ଙ୍କୁ ପରାସ୍ତ କରିଛନ୍ତି। ଏହି ମ୍ୟାଚ୍‌ ଜିତିବାକୁ ସିନ୍ଧୁଙ୍କୁ ୪୨ ମିନିଟ୍‌ ସମୟ ଲାଗିଥିଲା। ଉଭୟଙ୍କ ମଧ୍ୟରେ ଏହା ୧୦ମ ମୁକାବିଲା ରହିଥିବାବେଳେ ସେଥିରୁ ସିନ୍ଧୁ ୬-୪ରେ ଆଗୁଆ ରହିଛନ୍ତି। ସିନ୍ଧୁ ପ୍ରି-କ୍ୱାର୍ଟର ଫାଇନାଲ ମୁକାବିଲାରେ କୋରିଆର ସୁଙ୍ଗ୍‌ ଜି ହ୍ୟୁନ୍‌ଙ୍କୁ ଭେଟିବେ। ତେବେ ମିକ୍ସଡ୍‌ ଡବଲ୍ସରେ ଭାରତକୁ ନିରାଶ ହେବାକୁ ପଡ଼ିଛି। ପ୍ରଣବ ଜେରୀ ଚୋପ୍ରା ଓ ଏନ୍‌. ସିକ୍କି ରେଡ୍ଡୀ ଯୋଡ଼ି ୧୩-୨୧, ୨୧-୧୧, ୧୭-୨୧ ଗେମ୍ସରେ ଟପ୍‌ ସିଡ୍‌ ଚାଇନାର ସି ଓ୍ବି ଝେଙ୍ଗ୍‌ ଓ ୟା କ୍ୱିଅଙ୍ଗ୍‌ଙ୍କ ନିକଟରୁ ହାରି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?